୩ ନେତାଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେଡି

32

ବଢୁଛି ରାଜନୈତିକ ଉଷ୍ମତା । ଝାରସୁଗୁଡା ଉପ ନିର୍ବାଚନ ପାଇଁ ଆଗୁଆ ପ୍ରାର୍ଥୀ ଘୋଷଣା କରିବା ପରେ ଶାସକ ଦଳ ଏବେ ପର୍ଯ୍ୟବେକ୍ଷକ ମଧ୍ୟ ନିଯୁକ୍ତ କରିଛି । ଦଳର ୩ ଜଣ ନେତାଙ୍କୁ ଝାରସୁଗୁଡା ଉପ ନିର୍ବାଚନ ପାଇଁ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦିଆଯାଇଛି । ଦଳର ସଭାପତିଙ୍କ ନିର୍ଦ୍ଦେଶ କ୍ରମେ ଏହି ନିଯୁକ୍ତି କରାଯାଇଥିବା ଦଳ ତରଫରୁ ଅର୍ଡର ଜାରି କରି ସୂଚନା ଦିଆଯାଇଛି ।

ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ସହିତ ବିଧାୟକ ଦେବୀ ପ୍ରସାଦ ମିଶ୍ର ଓ ସାରଦା ପ୍ରସାଦ ନାୟକଙ୍କୁ ଝାରସୁଗୁଡା ଉପ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି । ଆସନ୍ତା ମେ ୧୦ ତାରିଖରେ ପଡିବାକୁ ଯାଉଛି ଝାରସୁଗୁଡା ଉପ ନିର୍ବାଚନ ଭୋଟ୍ । ଏହାର ରେଜଲ୍ଟ ଆସନ୍ତା ମେ ୧୩ ତାରିଖରେ ଆସିବ ।

ତେବେ ଉପ ନିର୍ବାଚନ ପାଇଁ ଶାସକ ବିଜେଡି ବିରୋଧୀଙ୍କୁ ପଛରେ ପକାଇ ଆଗ ପ୍ରାର୍ଥୀ ଘୋଷଣା କରିଛି । ଦିବଙ୍ଗତ ନେତା ନବ ଦାସଙ୍କ ଝିଅକୁ ଦଳ ପ୍ରାର୍ଥୀ କରିବା ସହ ଅନୁକମ୍ପା ଭୋଟ୍ ହାତେଇବାକୁ ଲକ୍ଷ୍ୟ ରଖିଛି ।

Comments are closed, but trackbacks and pingbacks are open.