ନାମଫଳକରେ ଓଡ଼ିଆ ନଥିଲେ ଗଣିବେ ଟଙ୍କା

30

ପୁଣି ଦୋକାନୀ ପାଇଁ ନୂଆ ନିୟମ । ଓଡିଆରେ ନାମଫଳକ ନଥିଲେ ରଦ୍ଦ ହେବ ଲାଇସେନ୍ସ । ରାଜ୍ୟରେ ଚଳିତ ମାସରୁ ବାଧ୍ୟତାମୂଳକ ହେବ ଓଡ଼ିଆରେ ନାମଫଳକ । ସବୁ ଦୋକାନ, ବ୍ୟବସାୟିକ ପ୍ରତିଷ୍ଠାନ ଓ ଅନ୍ୟାନ୍ୟ ସଂସ୍ଥାରେ ନାମଫଳକକୁ ଓଡ଼ିଆରେ ଲେଖାଯିବ । ରାଜ୍ୟରେ ଚଳିତ ମାସରୁ ବାଧ୍ୟତାମୂଳକ ହେବ ଓଡ଼ିଆରେ ନାମଫଳକ ।

ସବୁ ଦୋକାନ, ବ୍ୟବସାୟିକ ପ୍ରତିଷ୍ଠାନ ଓ ଅନ୍ୟାନ୍ୟ ସଂସ୍ଥାରେ ନାମଫଳକକୁ ଓଡ଼ିଆରେ ଲେଖାଯିବ । ଏହି ନିୟମ ଅନୁପାଳନ ନକଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ସହ ବ୍ୟବସାୟିକ ପ୍ରତିଷ୍ଠାନ ଲାଇସେନ୍ସ ରଦ୍ଦ କରାଯିବ । ଏହାସହ ଖିଲାପକାରୀଙ୍କୁ ୭ ଦିନିଆ ନୋଟିସ୍ ଦିଆଯିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ପ୍ରଥମ ଥର ଖିଲାପକାରୀଙ୍କୁ ୫ ହଜାର ଟଙ୍କା ଜରିମାନା ଏବଂ ଦ୍ୱିତୀୟ ଥର ଖିଲାପକାରୀଙ୍କୁ ୨୫ ହଜାର ଟଙ୍କା ଜରିମାନା କରାଯିବ । ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ପକ୍ଷରୁ ଏହି ନିୟମର କଡ଼ାକଡ଼ି ନିରୀକ୍ଷଣ କରାଯିବ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି ।

ସୂଚନାଯୋଗ୍ୟ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗଙ୍କ ଅଧ୍ୟକ୍ଷତାରେ ଗୁରୁବାର ବସିଥିବା ବୈଠକରେ ପରିବର୍ତ୍ତିତ ଅଧିନିୟମର କଡ଼ାକଡ଼ି ଅନୁପାଳନ କରାଯିବା ପାଇଁ ନିଷ୍ପତ୍ତି କରାଯାଇଛି । ରାଜ୍ୟର ସମସ୍ତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଗୁଡ଼ିକରେ ଯେପରି ଓଡ଼ିଆରେ ନାମଫଳକ ଲାଗିବ ସେନେଇ ଜିଲ୍ଲା ଶ୍ରମ ଅଧିକାରୀ ଓ ପୌରାଞ୍ଚଳ କାର୍ୟ୍ୟନିର୍ବାହୀ ଅଧିକାରୀମାନଙ୍କୁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ପ୍ରତି ମାସରେ ଜିଲ୍ଲାସ୍ତରରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଶ୍ରମ ଅଧିକାରୀ, ପୌରାଞ୍ଚଳ କାର୍ଯ୍ୟନିର୍ବାହୀ ଅଧିକାରୀ, ବଜାର ଦୋକାନ ଓ ବାଣିଜ୍ୟ ସଂଘ ସହିତ ବୈଠକ କରି ଏହାର ସମୀକ୍ଷା କରିବା ସହିତ ବିବରଣୀ ଶ୍ରମ ଆୟୁକ୍ତ ଏବଂ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗଙ୍କୁ ପ୍ରଦାନ କରିବା ଲାଗି ମଧ୍ୟ କୁହାଯାଇଥିବା ଜଣାପଡ଼ିିଛି ।

Comments are closed, but trackbacks and pingbacks are open.