୨୩ରୁ ଖୋଲିବ ରାଜଧାନୀର ସମସ୍ତ ଧର୍ମାନୁଷ୍ଠାନ

39

ଚଳିତ ମାସ ୨୩ ତାରିଖରୁ ଖୋଲିବ ରାଜଧାନୀର ସମସ୍ତ ଧର୍ମାନୁଷ୍ଠାନ । ବୈଠକ ବସିବା ପରେ ପରେ ସୂଚନା ଦେଇଛନ୍ତି ବିଏମସି କମିଶନର I ଏ ନେଇ ବିଏମସି ପକ୍ଷରୁ ସମସ୍ତ ଧର୍ମାନୁଷ୍ଠାନ କର୍ତ୍ତୃପକ୍ଷଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରାଯାଇଛି । ଆଲୋଚନା ପରେ ଧର୍ମାନୁଷ୍ଠାନ ଖୋଲିବା ନେଇ ବିଏମସି କମିଶନର ସଞ୍ଜୟ ସିଂହ ସୂଚନା ଦେଇଛନ୍ତି । ସଂପ୍ରତି କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁଁ ସାରା ରାଜ୍ୟରେ ସମସ୍ତ ଧର୍ମାନୁଷ୍ଠାନକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଥିଲା । ତେବେ କରୋନା ସଂକ୍ରମଣରେ ହ୍ରାସ ପରେ ରାଜ୍ୟ ସରକାର ଧର୍ମାନୁଷ୍ଠାନଗୁଡ଼ିକୁ ଖୋଲିବା ପାଇଁ ସ୍ଥାନୀୟ ପ୍ରଶାସନକୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି ।

Leave A Reply

Your email address will not be published.