ସରକାରୀ କର୍ମଚାରୀ ମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

30

ଦାୟିତ୍ବ ନିର୍ବାହ ସମୟରେ ମୃତ୍ୟୁ କ୍ଷେତ୍ରରେ ସହାୟତା ରାଶିର ପରିମାଣ ୪ ଲକ୍ଷରୁ ୧୦ ଲକ୍ଷକୁ ବୃଦ୍ଧି

ଭୂବନେଶ୍ୱର : ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶିର ପରିମାଣରେ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ।

ଏହି ନିଷ୍ପତ୍ତି ଅନୁଯାୟୀ ଦାୟିତ୍ବ ପାଳନ ସମୟରେ କର୍ମଚାରୀ ମାନଙ୍କ ମୃତ୍ୟୁ ଘଟିଲେ ସେ କ୍ଷେତ୍ରରେ ସହାୟତା ରାଶିର ପରିମାଣକୁ ବର୍ତ୍ତମାନର ୪ ଲକ୍ଷ ଟଙ୍କାରୁ  ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ଆଘାତ ଯୋଗୁ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ  ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି 

Comments are closed, but trackbacks and pingbacks are open.