ରାଜ୍ୟ ଆହାର ସୋସାଇଟିକୁ ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

109

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟିକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଟିରୁ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।

ସୂଚନାଯୋଗ୍ୟ ଯେ ୨୦୧୫-୧୬ରୁ ୨୦୨୧-୨୨ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆହାର କାର୍ଯ୍ୟକ୍ରମ ପାଇଁ ୨୨୮.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ଏକ ଅତ୍ୟନ୍ତ ଲୋକପ୍ରିୟ କାର୍ଯ୍ୟକ୍ରମ । ସହର ମାନଙ୍କରେ ହସ୍‌ପିଟାଲ, ବସଷ୍ଟାଣ୍ଡ ଏବଂ ଅନ୍ୟାନ୍ୟ ଗହଳି ସ୍ଥାନରେ ଜରୁରୀ କାର୍ଯ୍ୟ ପାଇଁ ଯାଇଥିବା ଗରିବ ଲୋକମାନେ ଏହାଦ୍ବାରା ମାତ୍ର ୫ ଟଙ୍କାରେ ସୁଷମ ଓ ସ୍ଵାସ୍ଥ୍ୟପ୍ରଦ ଆହାର ପାଇପାରୁଛନ୍ତି ।

Comments are closed, but trackbacks and pingbacks are open.