ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

25

ଭୁବନେଶ୍ୱର : ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ହେବ ପର୍ଯ୍ୟଟନସ୍ଥଳୀ I ଏହାକୁ ଏକ ପର୍ଯ୍ୟଟନ ସ୍ଥଳ ଭାବେ ଗଢି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ସମ୍ବଲପୁର ଖୀଣ୍ଡାର ବିକାଶ ପାଇଁ ୬ କୋଟି ୪୧ ଲକ୍ଷ ଟଙ୍କା ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତୀ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଆଜି ସମ୍ବଲପୁର ଗସ୍ତରେ ଯାଇ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହିତ ତାଙ୍କ ଜନ୍ମ ପୀଠ ଖୀଣ୍ଡାର ବିକାଶ ସଂପର୍କରେ ଜନସାଧାରଣଙ୍କ ସହ ଆଲୋଚନା କରିଥିଲେ I

ଏ ସମ୍ପର୍କରେ 5T ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଫୋନ ଯୋଗେ ଅବଗତ କରାଇବା ସହିତଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ଏବଂ ‘Development of Vir Surendra Sai Birth Place at Khinda, Samabalpur’ ପ୍ରକଳ୍ପକୁ ଅନୁମୋଦନ କରିଥିଲେ । ଏହି ପ୍ରକଳ୍ପରେ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ପୀଠର ବିକାଶ ହେବ I 1.945 ଏକର ଜମିରେ ହେବାକୁ ଥିବା ଏହି ପ୍ରକଳ୍ପ ରେ ସୁରେନ୍ଦ୍ର ସାଏ ଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ସହ ସ୍ମୃତି ସଦନ ମଧ୍ୟ ନିର୍ମାଣ କରାଯିବ ।
ସେଠାରେ ଥିବା ସଂଗ୍ରହାଳୟ ଓ ପାଠାଗାର ର ପୁନରୁଦ୍ଧାର କରାଯିବ I
landscaping ସହ ଉଦ୍ୟାନ ର ବିକାଶ କରାଯିବ I
ସୁନ୍ଦର୍ ଭବରେ ଆଲୋକୀକରଣ ମଧ୍ଯ କରାଯିବ I
ସେଠାରେ ଥିବା ମଞ୍ଚ ଓ ସମାବେଶ ସ୍ଥଳ ର ଉନ୍ନତିକରଣ କରାଯିବ I

ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥଳୀ ଖୀଣ୍ଡା, ପ୍ରତି ଓଡିଆଙ୍କ ପାଇଁ ଏକ ପବିତ୍ର ପୀଠ। ସ୍ୱାଧିନତା ସଂଗ୍ରାମରେ ତାଙ୍କର ମହାନ ଅବଦାନ ଯୁବସମାଜକୁ ସର୍ବଦା ପ୍ରେରଣା ଦେଇ ଚାଲିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Comments are closed, but trackbacks and pingbacks are open.