ଗୋଟିଏ ମଞ୍ଚରେ ଏକାଠି ହେବେ ଶାହା-ନବୀନ

57

ଭୁବନେଶ୍ଵର: ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଆଜି ରାତି ୧୦ଟା ୪୦ରେ ସେ ଭୁବନେଶ୍ୱରରେ ପହଞ୍ଚିବେ। ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଆସିବେ। ଶନିବାର ପୂର୍ବାହ୍ନ ୧୧ଟାରେ ଲୋକସେବା ଭବନରେ ଭର୍ଚୁଆଲ ମାଧ୍ୟମରେ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପ ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଯୋଗ ଦେବେ ଶାହା । ଏହି ସମୟରେ ଗୋଟିଏ ମଞ୍ଚରେ ବସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ତା’ପରେ ୧୨ଟାରୁ ସାଢେ ୧୨ଟା ନକ୍ସଲ ଦମନ, ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ବୈଠକରେ ଯୋଗ ଦେବେ । ସାଢେ ୧୨ଟାରୁ ଦଳୀୟ ବୈଠକ ସହ ପାର୍ଟି କାର୍ଯ୍ୟାଳୟରେ ମଧ୍ୟାହ୍ନ ଭୋଜନ କରିବେ । ଅପରାହ୍ନ ୨ଟାରୁ ୫ଟା ଯାଏ କର୍ମକର୍ତ୍ତାଙ୍କ ସହ ରୁଦ୍ଧଦ୍ୱାର ବୈଠକରେ ଯୋଗ ଦେବେ । ସନ୍ଧ୍ୟା ୬ଟାରେ ବିମାନବନ୍ଦର ଲାଉଞ୍ଜରେ ବୈଠକ କରି ପ୍ରତ୍ୟାବର୍ତ୍ତନ କରିବେ ଶାହ । ୨୦୨୪ ସାଧାରଣ ନିର୍ବାଚନ ଉପରେ ଫୋକସ୍ କରି ଆଗାମୀ ଦିନରେ ବିଜେପିର ରୋଡମ୍ୟାପ୍ ନେଇ ବି ମାନସ ମନ୍ଥନ ହେବ। ରାଜ୍ୟରେ ଆଗୁଆ ବିଧାନସଭା ନିର୍ବାଚନ ହୋଇପାରେ ବୋଲି ଚର୍ଚ୍ଚା ହେଉଛି। ଏହାରି ଭିତରେ ଶାହଙ୍କ ଏହି ଗସ୍ତ ବିଜେପି ପାଇଁ କେତେ ସହାୟକ ହେବ ତା’ଉପରେ ନଜର ରହିଛି।

Comments are closed, but trackbacks and pingbacks are open.