ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ସେଫ୍‌ ତଥା ଉଦ୍ୟୋଗୀ ବିକାଶ ଖାନ୍ନା

212

ବିକାଶଙ୍କୁ ଓଡିଶାକୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ସେଫ୍‌, ଉଦ୍ୟୋଗୀ ତଥା ଲେଖକ ଶ୍ରୀ ବିକାଶ ଖାନ୍ନା ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆଲୋଚନା କରିଛନ୍ତି ।

ନିକଟରେ ଶ୍ରୀ ଖାନ୍ନା ସ୍ବାଧୀନତା ଦିବସ ପାଳନ ଅବସରରେ ନିୟୁୟର୍କ ସହରର ଟାଇମ୍‌ସ ସ୍କୋୟାର ଠାରେ ବିଶ୍ବପ୍ରସିଦ୍ଧ କୋଣାର୍କ ଚକ୍ରର ଏକ ପ୍ରତିରୂପ ସ୍ଥାପନ କରି ଚର୍ଚ୍ଚାର ରହିଥିଲେ ।

ଏହି ଆଲୋଚନା ସମୟରେ ଶ୍ରୀ ଖାନ୍ନା ଓଡିଶାର କଳା, ସ୍ଥାପତ୍ୟ, ସଂସ୍କୃତି, ଐତିହ୍ୟ ଓ ଖାଦ୍ୟ ପରମ୍ପରାର ଉଚ୍ଚପ୍ରଶଂସା କରିଥିଲେ । ପୁରୀରେ ଶ୍ରୀ ଜଗନ୍ନାଥ ମନ୍ଦିର ପରିଦର୍ଶନ ସମୟରେ ତାଙ୍କର ସୁଖଦ ଆଧ୍ୟାତ୍ମିକ ଅନୁଭୂତି ସଂପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରକାଶ କରିଥିଲେ। ବିକାଶ କ୍ଷେତ୍ରରେ ଓଡିଶା ଦ୍ରୁତ ଅଗ୍ରଗତି କରୁଛି ବୋଲି ମତଦେଇ ମୁଖ୍ୟମନ୍ତ୍ରୀଙ୍କ ଦୃଢ ଓ ଦୂରଦୃଷ୍ଟି ସଂପନ୍ନ ନେତୃତ୍ବ ତଥା ମାନବବାଦୀ ଚିନ୍ତାଧାରାର ଉଚ୍ଚପ୍ରଶଂସା କରିଥିଲେ। କୋଣାର୍କ ଚକ୍ର ବିଶ୍ବ ଏକତାର ପ୍ରତୀକ ବୋଲି ସେ ମତ ଦେଇଥିଲେ । ମୁଖ୍ୟମନ୍ତ୍ରୀ ମଧ୍ୟ ଶ୍ରୀ ଖାନ୍ନାଙ୍କ ସୃଜନଶୀଳତା ଓ ଔଦ୍ୟୋଗୀକ ମନୋଭାବର ପ୍ରଶଂସା କରିଥିଲେ ଏବଂ ତାଙ୍କୁ ଓଡିଶା ଆସିବାକୁ ନିମନ୍ତ୍ରଣ କରିଥିଲେ ।

ଏହି ଆଲୋଚନା ସମୟରେ 5T ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ ଉପସ୍ଥିତ ଥିଲେ

Comments are closed, but trackbacks and pingbacks are open.