ପାଣିପାଗ କେନ୍ଦ୍ର ଜାରି କଲା ୟେଲୋ ୱାର୍ଣ୍ଣିଂ । ୧୦ରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ।

25

ଲଘୁଚାପ ପ୍ରଭାବ ରେ ଗତ ୩ ଦିନ ଧରି ରାଜ୍ୟ ର ବିଭିନ୍ନ ଜିଲ୍ଲା ଗୁଡିକରେ ପ୍ରାୟ ବର୍ଷା ଲାଗି ରହୁଛି I ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୦ରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି,କିଛି କିଛି ସ୍ଥାନ ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି I ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର ଓ ବରଗଡ଼ ଆଦି ରହିଛି। ଏହି ଜିଲ୍ଲା ଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ଆସନ୍ତା ଅଗଷ୍ଟ ୧୯ରୁ ୨୦ ତାରିଖ ମଧ୍ୟରେ ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ବି ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.