ଏସିଆ କପ ସୁପର-୪ରେ ଆଜି ଶ୍ରୀଲଙ୍କାକୁ ଭେଟିବ ଭାରତ

26

ପାକିସ୍ତାନଠୁ ବିଶାଳ ବିଜୟ ପରେ ଏସିଆ କପର ସୁପର-୪ର ଚତୁର୍ଥ ମ୍ୟାଚରେ ଆଜି ଶ୍ରୀଲଙ୍କାକୁ ଭେଟିବ ଟିମ୍ ଇଣ୍ଡିଆ । କଲମ୍ବେର ଆର୍ ପ୍ରେମଦାସା ଷ୍ଟାଡିୟମରେ ଆଜି ଅପରାହ୍ଣ ୩ଟାରେ ଏହି ମ୍ୟାଚ୍ ଖେଳାଯିବ । ଶ୍ରୀଲଙ୍କା ଏଯାଏଁ ଦୁଇଟି ମ୍ୟାଚ୍ ଖେଳି ଉଭୟ ମ୍ୟାଚରେ ବିଜୟ ହାସଲ କରିବା ସହ ୪ ପଏଣ୍ଟ ପାଇ ପଏଣ୍ଟ ଟେବୁଲର ଶୀର୍ଷରେ ରହିଛି।

ଅନ୍ୟପକ୍ଷରେ, ଗତକାଲି ଏସିଆ କପ ସୁପର-୪ରେ ପାକିସ୍ତାନ ବିପକ୍ଷରେ ଭାରତର ଐତିହାସିକ ବିଜୟ ହୋଇଛି । ପାକିସ୍ତାନକୁ ୨୨୮ ରନରେ ହରାଇ ବିଶାଳ ବିଜୟ ହାସଲ କରିଛି ଟିମ୍ ଇଣ୍ଡିଆ । ବିରାଟ କୋହଲି ଓ କେଏଲ୍ ରାହୁଲଙ୍କ ଅପରାଜିତ ଶତକୀୟ ପାଳି ପରେ କୁଲଦୀପ ଯାଦବଙ୍କ ଯାଦୁକରୀ ବୋଲିଂ ବଳରେ ଭାରତ ଏସିଆ କପ୍‌ର ସୁପର-୪ ମ୍ୟାଚ୍‌ରେ ପାକିସ୍ତାନକୁ ୨୨୮ ରନ୍‌ରେ ହରାଇ ହରାଇବାକୁ ସକ୍ଷମ ହୋଇଥିଲା । ଆଜି ପୁଣି ବିଜୟ ଲକ୍ଷ୍ୟ ନେଇ ମଇଦାନକୁ ଓଲ୍ହାଇବ ଟିମ l ଭାରତ ବିନା ବିରତିରେ ଲଗାତାର ତିନି ଦିନ ହେବ ଖେଳି ଚାଲିଛି l ସେଥିପାଇଁ ଭାରତୀୟ ଦଳ ଟିକେ ଚିନ୍ତାରେ ରହିଛି l

ଆଜି ଖେଳିବାକୁ ଥିବା ସମ୍ଭାବ୍ୟ ଖେଳାଳି :
ଭାରତ: ରୋହିତ ଶର୍ମା (ଅଧିନାୟକ), ଶୁବମାନ ଗିଲ, ବିରାଟ କୋହଲି, ଇଶାନ କିଶାନ, ଲୋକେଶ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା, ରବୀନ୍ଦ୍ର ଜାଡେଜା, ଶାର୍ଦ୍ଦୁଳ ଠାକୁର, କୁଲଦୀପ ଯାଦବ, ଯଶପ୍ରୀତ ବୁମ୍‌ରା ଓ ମହମ୍ମଦ ସିରାଜ।

ଶ୍ରୀଲଙ୍କା: ଦିମୁଥ କରୁଣାରତ୍ନେ, ପଥୁମ ନିଶଙ୍କା, କୁଶଲ ମେଣ୍ଡିସ, ସଦିରା ସମରବିକ୍ରମା, ଚରିଥ ଆଶାଲଙ୍କା, ଧନଞ୍ଜୟ ଡି ସିଲଭା, ଡାସୁନ ଶଣକା, ଦୁଶନ ହେମଥ/ଦୁନିଥ ୱିଲାଲେଜ, ମହୀଶ ତୀକ୍ଷଣା, ବିନୁରା ଫର୍ଣ୍ଣାଣ୍ଡୋ, କାସୁନ ରଜିଥା।

Comments are closed, but trackbacks and pingbacks are open.