ଆୟୁଷ୍ମାନ ଭାରତକୁ ନେଇ ଧର୍ମେନ୍ଦ୍ର-ବବି ଙ୍କ ଟୁଇଟର ଯୁଦ୍ଧ

30

ସରକାରଙ୍କ ଆୟୁଷ୍ମାନ ଭାରତ ଯୋଜନା ଓଡ଼ିଶାରେ ଲାଗୁ ନ ହେଉଣୁ ,ଏହାକୁ ନେଇ ପୁଣି ଥରେ ଦୁଇ ନେତା ଙ୍କ ର ତୁ ତୁ ମେଁ ମେଁ ଆରମ୍ଭ ହେଇଯାଇଛି । ଦୁହେଁ ପରଷ୍ପର ବିରୋଧ ରେ ଯୁଧ୍ୱଂ ଦେହି ଡାକରା ଦେଇଛନ୍ତି I ଏଥର ମୁହାଁମୁହିଁ ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଓରଫ ବବି ଦାସ। କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍‌ର କଡ଼ା ଜବାବ ଦେଇଛନ୍ତି ବବି। ଆଉ ବବିଙ୍କୁ ପ୍ରଶ୍ନ ବାଣରେ ଘାଇଲା କରିଛନ୍ତି ବିଜେପି ନେତା।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍‌ କରି ଓଡ଼ିଶାରେ ଆୟୁଷ୍ମାନ ଭାରତକୁ ତୁରନ୍ତ ଲାଗୁ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି। ସେ ଟ୍ୱିଟ୍‌ କରି ଲେଖିଛନ୍ତି, ଓଡ଼ିଶାର ଲୋକମାନେ ବିଶେଷ କରି ପ୍ରବାସୀ ଓଡ଼ିଆମାନେ ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ରାଜ୍ୟରେ ଆୟୁଷ୍ମାନ ଭାରତକୁ ତୁରନ୍ତ ଲାଗୁ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ।
ଧର୍ମେନ୍ଦ୍ର ଟ୍ୱିଟ୍‌ କରି ଲେଖିଛନ୍ତି, ଆୟୁଷ୍ମାନ ଯୋଜନା ଲାଗୁ ହେଲେ ଓଡ଼ିଶାର ଗରିବ ଲୋକଙ୍କ ସମେତ ଗୁଜୁରାଟ, ପଶ୍ଚିମବଙ୍ଗ, କର୍ଣ୍ଣାଟକ, ଆନ୍ଧ୍ରପ୍ରଦେଶ ଭଳି ରାଜ୍ୟରେ କାମ କରୁଥିବା ପ୍ରବାସୀ (ଲୋକ)ମାନେ ବିଶେଷ ଭାବରେ ଉପକୃତ ହୋଇପାରିବେ। ତେଣୁ ଓଡ଼ିଶାର ଲୋକଙ୍କ ଦାୟିତ୍ୱ ନେଇ ମୁଖ୍ୟମନ୍ତ୍ରୀ ତୁରନ୍ତ ଏହି ସ୍ୱାସ୍ଥ୍ୟ ସୁବିଧା ଯୋଗାଇ ଦେବାକୁ ଅନୁରୋଧ କରୁଛି ବୋଲି ଧର୍ମେନ୍ଦ୍ର ଲେଖିଛନ୍ତି।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍‌ କରିବାର ଗୋଟିଏ ଦିନ ପରେ ଅର୍ଥାତ ଆଜି ବିଜେଡି ସଂଗଠନ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି) ଟ୍ୱିଟ୍‌ କରି ଜବାବ ଦେଇଛନ୍ତି।

Leave A Reply

Your email address will not be published.