ଖାରଜ ହେଲା ଜାମିନ ଆବେଦନ

149

ଅମରାବତୀ: ଟିଡିପି ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କୁ ଝଟକା। ଆନ୍ଧ୍ର ପ୍ରଦେଶ ହାଇକୋର୍ଟ ଚନ୍ଦ୍ରବାବୁଙ୍କ ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି। ଇନର ରିଂଗ ରୋଡ, ଫାଇବର ନେଟ ଏବଂ ଅଂଗୁଲ୍ଲୁ ୩୦୭ ମାମଲାରେ ଖାରଜ କରି ଦେଇଛନ୍ତି ହାଇକୋର୍ଟ।

ସୂଚନାଥାଉକି, ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଟିଡିପି ମୁଖ୍ୟ ଏନ ଚନ୍ଦ୍ରବାବୁ ନାଇଡୁ ଆଶ୍ୱସ୍ତି ପାଇଁ ପୂର୍ବରୁ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ଦୁର୍ନୀତି ମାମଲାରେ ତାଙ୍କ ବିରୋଧରେ ରୁଜୁ ହୋଇଥିବା ଏଫଆଇଆରକୁ ଖାରଜ କରିବା ପାଇଁ ଚନ୍ଦ୍ରବାବୁ ପ୍ରଥମେ ହାଇକୋର୍ଟରେ ଆବେଦନ କରିଥିଲେ। ତେବେ ଏହାକୁ ହାଇକୋର୍ଟ ଅଗ୍ରାହ୍ୟ କରିଥିଲେ। ତେଣୁ ଏହା ବିରୋଧରେ ସେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

୨୦୧୪ରେ ଆନ୍ଧ୍ର ପ୍ରଦେଶ ରାଜ୍ୟ ଦକ୍ଷତା ବିକାଶ କର୍ପୋରେସନ ଗଠନ ହୋଇଥିଲା। ଉଦ୍ଦେଶ୍ୟ ଥିଲା ଯୁବକମାନଙ୍କୁ ତାଲିମ ଦେବା। ତେବେ ଏହି କାର୍ଯ୍ୟକ୍ରମରେ ୩୭୧ କୋଟି ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ୨୦୧୪ରୁ ୨୦୧୯ ଯାଏ ଚନ୍ଦ୍ରବାବୁ ଆନ୍ଧ୍ରର ମୁଖ୍ୟମନ୍ତ୍ରୀ ଥିଲେ। ତାଙ୍କ ଇସାରାରେ ସବୁ କିଛି ହୋଇଥିବା କୁହାଯାଉଛି। ଏଥିପାଇଁ ତାଙ୍କ ନାଁରେ ଆଇପିସିର ଧାରା ୧୨୦ବି, ୪୨୦ ଓ ୪୬୫ରେ ମାମଲା ହୋଇଛି। ସିଆଇଡି ତାଙ୍କ ନାଁରେ ଦୁର୍ନୀତି ନିରୋଧ ଆଇନର ବିଭିନ୍ନ ଦଫା ମଧ୍ୟ ଲଗାଇଛି।

Comments are closed, but trackbacks and pingbacks are open.