NHAI ଅଧିକାରୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମୀକ୍ଷା

34

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଭୁବନେଶ୍ୱର ଠାରେ ଏନଏଚ ଏବଂ ଏନଏଚଏଆଇର ଅଧିକାରୀଙ୍କ ସହ ସମୀକ୍ଷା କରିଛନ୍ତି। ରାଜ୍ୟରେ ଜାତୀୟ ରାଜପଥ ପ୍ରକଳ୍ପ ଯଥା ଭାରତମାଳା ଯୋଜନାରେ କୋଷ୍ଟାଲ ହାଇଓ୍ୱେ ପ୍ରକଳ୍ପର ଅଗ୍ରଗତି, ଭୁବନେଶ୍ୱର ରିଙ୍ଗ୍ ରୋଡ୍ ପ୍ରକଳ୍ପ, ପାରାଦୀପ ଠାରୁ ବଡ଼ବିଲ ମଧ୍ୟରେ ପ୍ରସ୍ତାବିତ ୮ ଲେନ୍ ବିଶିଷ୍ଟ ଅର୍ଥନୈତିକ କୋରିଡ଼ର ଏବଂ ରାଜ୍ୟରେ ନିର୍ମାଣାଧୀନ ବିଭିନ୍ନ ରାଜପଥ ପ୍ରକଳ୍ପ ସହ ଆଗାମୀ ଦିନରେ ହେବାକୁ ଥିବା ପ୍ରକଳ୍ପ ଉପରେ ସମୀକ୍ଷା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ ‘ପୂର୍ବୋଦୟ’ ପରିକଳ୍ପନାରେ ପୂର୍ବ ଭାରତର ଭିତ୍ତିଭୂମିର ବିକାଶ ହେବ ଏବଂ ପୂର୍ବ ଭାରତର ବିକାଶର କେନ୍ଦ୍ର ବିନ୍ଦୁରେ ଓଡ଼ିଶା ରହିବ । ଏହି ସମସ୍ତ ପ୍ରକଳ୍ପ କିଭଳି ନିର୍ଦ୍ଧାରିତ ସମୟରେ ଶେଷ ହେବ, ଏହି ସମୀକ୍ଷା ବୈଠକରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଗୁରୁତ୍ୱାରୋପ କରିଛନ୍ତି ।

Leave A Reply

Your email address will not be published.