କିସରେ ଶିଶୁ ଦିବସ ପାଳିତ

516

ଭୁବନେଶ୍ୱର,୧୪ ।୧୧: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହରୁଙ୍କ ଜନ୍ମଦିବସ ଅବସରରେ କିସରେ ଶିଶୁ ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପଣ୍ଡିତ ନେହରୁଙ୍କ ସ୍ମୃତିଚାରଣ କରିବା ସହ ଛାତ୍ରଛାତ୍ରୀଙ୍କୁ ପଣ୍ଡିତ ନେହରୁଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ପରାମର୍ଶ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ କିସ୍‍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଦୀପକ କୁମାର ବେହେରା, କିସ୍‍ର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ. ପ୍ରଶାନ୍ତ କୁମାର ରାଉତରାୟ, ଉପମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ପାତ୍ର ପ୍ରମୁଖ ଯୋଗଦେଇ ପଣ୍ଡିତ ନେହେରୁଙ୍କ ସ୍ମୃତିଚାରଣ କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଶେଷରେ ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ଚକୋଲେଟ ବଣ୍ଟନ କରିଥିଲେ।

Comments are closed, but trackbacks and pingbacks are open.