ବୋରିଗୁମ୍ମା ସଡକ ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

171

ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା, ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

କୋରାପୁଟ : କୋରାପୁଟ ଜିଲ୍ଲା ବୋରିଗୁମ୍ମା ଅଞ୍ଚଳ ରେ ଏକ ସଡକ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି୤ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ୤

ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Comments are closed, but trackbacks and pingbacks are open.