ଦାମ ରାଉତଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ ପ୍ରକାଶ

1,216

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପରଲୋକ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ୮୨ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଦାମୋଦର ରାଉତ । ଦାମଙ୍କ ବିୟୋଗରେ ବିଶିଷ୍ଠ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଦାମୋଦର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦୀର୍ଘ ବର୍ଷ ଧରି ରାଜନୀତିରେ ସକ୍ରିୟ ରହି ଲୋକକଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ । ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ…।
ଭୁବନେଶ୍ୱର ସ୍ଥିତ ଦାମଙ୍କ ବାସଭବନରେ ସବୁ ରାଜନୈତିକ ଦଳର ନେତାମାନେ ଶେଷ ଦର୍ଶନ କରିଛନ୍ତି । ଓଡ଼ିଶା ରାଜନୀତିରେ ସେ ୭ ଥର ବିଧାୟକ ଓ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ ।

Comments are closed, but trackbacks and pingbacks are open.