ମାନବବାଦ ସଂଗଠନର ମୁଖ୍ୟ ମାନସ ଦାସ ଗିରଫ

29

ମାନବବାଦ ସଂଗଠନର ମୁଖ୍ୟ ମାନସ ଦାସଙ୍କୁ ଆଜି ଅପରାହ୍ନରେ ଗିରଫ କରିଥିଲା ପୋଲିସ I ଭୁବନେଶ୍ବର ସ୍ଥିତ ସହିଦନଗରରୁ ମାନସ ଦାସଙ୍କୁ ଖୋର୍ଦ୍ଧା ପୋଲିସ ଉଠାଇ ନେଇଥିଲା ହତ୍ୟା ଉଦ୍ୟମ ଓ ଅତ୍ୟାଚାର ଅଭିଯୋଗ ମାମଲାରେ ପୋଲିସ ମାନସଙ୍କୁ ବାନ୍ଧିଥିଲା ।
ମାନବବାଦ ସଂଗଠନର ମୁଖ୍ୟ ମାନସ ଦାସଙ୍କ ବିରୁଦ୍ଧରେ ଏକାଧିକ ମାମଲା ରହିଛି । ତାଙ୍କୁ ଗିରଫ କରିବା ନେଇ ବିଭିନ୍ନ ମହଲରୁ ଦାବି ହୋଇଆସୁଥିବା ବେଳେ ଆଜି ଖୋର୍ଦ୍ଧା ପୋଲିସ ତାଙ୍କୁ ଉଠାଇ ନେଇଛି ।
କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳଙ୍କ କହିବା ଅନୁସାରେ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅଭିମାନପୁର ଗାଁର ସତ୍ୟବ୍ରତ ନାଏକଙ୍କୁ ହତ୍ୟା କରାଯାଇଥିବା ନେଇ ତାଙ୍କ ପୁତୁରା ବସନ୍ତ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ସେ ଏଫ୍‌ଆଇଆର୍‌ରେ ୮ ଜଣଙ୍କ ନାଁରେ ଅଭିଯୋଗ କରିଥିଲେ। ପୁଲିସ ଅଭିଯୋଗକୁ ଭିତ୍ତିକରି ଅପହରଣ, ହତ୍ୟା ଓ ଧମକଚମକ ଦେବା ଭଳି ଦଫାରେ ମାମଲା ରୁଜୁ କରି ୬ ଜଣଙ୍କୁ ଗିରଫ କରିଥିଲା। ଅଗଷ୍ଟ ୪ ତାରିଖରେ ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବୋଲି କେନ୍ଦ୍ରାଞ୍ଚଳ ଆଇଜି କହିଛନ୍ତି। ମାନବବାଦ ସଙ୍ଗଠନ ମୁଖ୍ୟ ମାନସ ଦାସ ଅମାନବୀୟ ଭାବେ ତାଲିବାନୀ ଶାସନ କରୁଥିଲା Iଏଥିରେ ସମାନ ଭାବରେ ସାମିଲ ଥିଲା ତା ‘ପୁଅ । ବାପା ପୁଅ ଙ୍କ ହିଂସ୍ରତା ଚରମ ସୀମାରେ ପହଞ୍ଚିଥିଲା । ସଙ୍ଗଠନରେ ସାମିଲ ନହେବାରୁ ମାନବିକତାର ସବୁ ସୀମା ଟପିଯାଇଥିଲେ ମାନବବାଦ ସଙ୍ଗଠନର କର୍ମକର୍ତ୍ତା । ସତ୍ୟବ୍ରତଙ୍କ ହତ୍ୟା ଘଟଣା ପୂର୍ବରୁ କଡବ ଗ୍ରାମର ମାଗୁଣୀ ନାୟକ ଏବଂ ତାଙ୍କ ପୁଅଙ୍କୁ ମାନବବାଦ ସଙ୍ଗଠନର କର୍ମକର୍ତ୍ତା ଘରୁ ଡାକିନେଇ କରଡ଼ଗାଡ଼ିଆ କୋଠଘରେ ନିର୍ଧୁମ ମାଡ଼ ମାରିଥିବାର ଭିଡ଼ିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା । ଏହି ଭିଡିଓ ରେ ବାପ-ପୁଅଙ୍କୁ ଗୋରୁ ଗାଈଙ୍କ ଭଳି ମାଡ଼ ମାରୁଥିବା ର ଦେଖା ଯାଇଥିଲା । ଯାହାର ଭିଡ଼ିଓ ସୋସିଆଲ ମିଡିଆରେ ବେଶ ଭାଇରାଲ ହୋଇଥିଲା । ଭୟରେ ମାଡ ଖାଇଥିବା ବାପ-ପୁଅ ଥାନାରେ ଅଭିଯୋଗ କରିନଥିଲେ ସୁଦ୍ଧା ପରେ ଉକ୍ତ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା । ଯାହା ପରେ ଚର୍ଚ୍ଚାକୁ ଆସିଥିଲେ ବିବାଦୀୟ ଗୁରୁଜୀ ମାନସ ଦାସ । ତେବେ ପୋଲିସ ଭାଇରାଲ୍ ଭିଡ଼ିଓ ଘଟଣାର ତଦନ୍ତ କରିବା ସହିତ ଗୁରୁବାର ମାନସଙ୍କୁ ଉଠାଇ ନେଇଛି । ସଂଗଠନ କର୍ମକର୍ତ୍ତାଙ୍କ ଭୟରେ ମାଗୁଣୀ ଏବଂ ତାଙ୍କ ପୁଅ ଥାନାରେ ଅଭିଯୋଗ କରିନଥିବା ଜଣାପଡିଛି । ସେପଟେ ଘଟଣା ପଛରେ ମାନବବାଦ ସଂଗଠନର ମୁଖ୍ୟ ଓକିଲ ମାନସ ଦାସ ରହିଥିବା , ମାଡଖାଇଥିବା ବ୍ୟକ୍ତି ମାଗୁଣୀ ନାୟକ କହିଥିଲେ । ଏହି ଘଟଣା ସହ ବହୁ ଅପରାଧିକ ମାମଲାରେ ପୋଲିସ ମାନସ ଦାସଙ୍କୁ ଉଠାଇ ନେଇଥିବା ଜଣାପଡିଛି ।
ପୁଲିସ ତାଙ୍କ ବିରୋଧରେ ଅପହରଣ, ହତ୍ୟା, ହତ୍ୟା ଧମକ, ଅପରାଧିକ ଷଡ଼ଯନ୍ତ୍ର, ପ୍ରମାଣ ନଷ୍ଟ କରିଦେବା ଭଳି ବହୁ ଗୁରୁତର ଦଫା ଲଗାଇଛି। ତାଙ୍କ ନାଁରେ ହତ୍ୟା ନେଇ ଦଫା ୩୦୨ ଲଗାଇଛି ପୁଲିସ। ଏଥିସହ ଦଫା ୩୬୩, ୩୬୪, ୨୦୧, ୧୨୦ବି, ୩୪ IPC ଲାଗିଛି। ଏହାଛଡ଼ା ମାନସଙ୍କ ବିରୋଧରେ ବହୁ ପୁରୁଣା ମାମଲାରେ ଅଭିଯୋଗ ହେଉଛି। ତାଙ୍କୁ ଖୋର୍ଦ୍ଧା ଏସ୍‌ଡିଜେଏମ୍‌ କୋର୍ଟରେ ହାଜର କରାଯାଇଥିଲା। ପରେ ତାଙ୍କୁ ଖୋର୍ଦ୍ଧା ସବ୍‌ଜେଲକୁ ପଠାଇ ଦିଆଯାଇଛି।

Leave A Reply

Your email address will not be published.