ରାଜ୍ୟରେ ଆହୁରି ୪ ଦିନ ଲାଗି ରହିବ ହିଟ୍ ୱେଭ୍ !

48

ଅସହ୍ୟ ଗରମ ଏବଂ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ । ରାଜ୍ୟରେ ଆହୁରି ୪ ଦିନ ଲାଗି ରହିବ ହିଟ୍ ୱେଭ୍ ସ୍ଥିତି ରହିବ । ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ମେ ୯ ତାରିଖ ପର୍ଯ୍ୟନ୍ତ ଏପରି ତାତିର ପ୍ରଭାବ ରହିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିପରି ପଶ୍ଚିମ ଓଡ଼ିଶାର କିଛି କିଛି ସ୍ଥାନରେ ତାପମାତ୍ରା ୪୫ ଡିଗ୍ରୀ ଟପିବାର ଆଶଙ୍କାର ରହିଛି ।

ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ଆଜିଠୁ ୩୦ ତାରିଖ ପର୍ଯ୍ୟନ୍ତ ପ୍ରଚଣ୍ତ ଗ୍ରୀଷ୍ମ ପ୍ରବାହ ଜାରି ରହିବ, ଯେଉଁଥି ପାଇଁ ଅନେକ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦ୍ରପଡ଼ା, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବୌଦ୍ଧ, ନୂଆପଡ଼ା ଆଦି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି ସେହିପରି ୧୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସୂଚନା ଅନୁସାରେ, ୨୯ ଏବଂ ୩୦ ତାରିଖ ରାଜ୍ୟରେ ଅସହ୍ୟ ଗରମ ହେବ । ଯେଉଁଥି ପାଇଁ ୮ ଜିଲ୍ଲାରୁ ରେଡ୍ ଆଲର୍ଟ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ ଆଦି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ।

Comments are closed, but trackbacks and pingbacks are open.