ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୩୧ ପିଲାଙ୍କୁ ମିଶାଇ ୮୦୫ ପଜିଟିଭ୍ ଚିହ୍ନଟ ହେଲେ

26

ରାଜ୍ୟରେ କରୋନା ର ୨ୟ ଲହର ସାମାନ୍ୟ କମି ଯାଇଥିଲେ ମଧ୍ୟ ,କିଛିଦିନ ବ୍ୟବଧାନ ରେ ଆକ୍ରାନ୍ତ ଙ୍କ ସଂଖ୍ୟା ବୃଦ୍ଧି ପାଉଛି I ଗତ ୨୪ ଘଣ୍ଟାରେରାଜ୍ୟ ରେ ୮୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୧ ଜଣ ପିଲା ଅଛନ୍ତି ଯାହାଙ୍କ ବୟସ ୧୮ ବର୍ଷ ରୁ କମ I
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୬୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୩୮ଟି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୪୬ ଜଣ ଚିହ୍ନଟ ହୋଇଛନ୍ତି।
ଅନୁଗୋଳ ଜିଲ୍ଲାରୁ ଆଉ ୧୩ ଜଣ ପଜିଟିଭ୍ ବାହାରିଥିବା ବେଳେ ବାଲେଶ୍ୱରରୁ ୩୦, ବରଗଡ଼ରୁ ୫, ଭଦ୍ରକରୁ ୧୪, ବୌଦ୍ଧରୁ ୩, କଟକରୁ ୯୮, ଦେବଗଡ଼ରୁ ୫, ଢେଙ୍କାନାଳରୁ ୧୧, ଗଜପତିରୁ ଜଣେ, ଗଞ୍ଜାମରୁ ୬, ଜଗତସିଂହପୁରରୁ ୧୭, ଯାଜପୁରରୁ ୧୯, ଝାରସୁଗୁଡ଼ାରୁ ୨, କେନ୍ଦ୍ରାପଡ଼ାରୁ ୩୩, କେନ୍ଦୁଝରରୁ ୮, କୋରାପୁଟରୁ ୪, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୩୭, ନବରଙ୍ଗପୁରରୁ ୭, ନୟାଗଡ଼ରୁ ୧୦, ପୁରୀରୁ ୧୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨୧, ସୁନ୍ଦରଗଡ଼ରୁ ୧୬ ଓ ଷ୍ଟେଟ୍‌ ପୁଲ୍‌ରୁ ୮୩ ଜଣ ଚିହ୍ନଟ ହୋଇଛନ୍ତି।
୫ଟି ଜିଲ୍ଲା- ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ସୁବର୍ଣ୍ଣପୁରରୁ ଜଣେ ବି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। ୮୦୫ଟି ନୂଆ କେସ୍ ଆସିବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୧ ହଜାର ୫୫୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୯୬ ହଜାର ୩୦୦ ଜଣ ସୁସ୍ଥ ହୋଇସାରିଛନ୍ତି। ୭,୧୫୮ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।
କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୦୪୭କୁ ବୃଦ୍ଧି ପାଇଛି।
ଏହି ୭ ମୃତକଙ୍କ ମଧ୍ୟରେ ଅନୁଗୋଳ ଓ ବାଲେଶ୍ୱର ଜିଲ୍ଲାରୁ ୨ ଜଣ ଲେଖାଏଁ ଥିବା ବେଳେ ଭଦ୍ରକ, କଟକ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଅଛନ୍ତି। ଅନୁଗୋଳ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୭୭କୁ ବୃଦ୍ଧି ପାଇଥିବା ବେଳେ ବାଲେଶ୍ୱରରେ ୨୮୪, ଭଦ୍ରକରେ ୧୪୦, କଟକରେ ୮୧୧ଓ ଖୋର୍ଦ୍ଧାରେ ୧୪୬୫ରେ ପହଞ୍ଚିଛି।

Leave A Reply

Your email address will not be published.