ପ୍ରାର୍ଥୀପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

173

ଭୁବନେଶ୍ବର: ଆସନ୍ତାକାଲି ମଙ୍ଗଳବାରରେ ହିଞ୍ଜିଳିରୁ ପ୍ରାର୍ଥିପତ୍ର ଦାଖଲେ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଷଷ୍ଠଥର ପାଇଁ ଏହି ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିର୍ବାଚନ ଲଢୁଛନ୍ତି । ହିଞ୍ଜିଳି ବିଧାନସଭା ଆସନ ପାଇଁ ନବୀନ ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ କରିବେ। ଆସନ୍ତାକାଲି ନବୀନ ସକାଳ ୧୦ଟା ୨୦ରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଏୟାରପୋର୍ଟରୁ ହିଞ୍ଜିଳି ଅଭିମୁଖେ ଯିବେ। ୧୧ଟା ୧୫ ମିନିଟରେ ମୁଖ୍ୟମନ୍ତ୍ରୀ ତାରାତାରିଣୀ ମନ୍ଦିରରେ ପୂଜାର୍ଚ୍ଚନା କରିବେ। ମାଆଙ୍କ ଆଶୀର୍ବାଦ ନେଇ ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯିବେ। ୧୨ଟା ୩୫ରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନପତ୍ର ଦାଖଲ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହିତ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଓ ଅନ୍ୟମାନେ ମଧ୍ୟ ଉପସ୍ଥିତ ରହିବେ।

Leave A Reply

Your email address will not be published.