ରାଜ୍ୟ ରେ ଲଘୁଚାପ ପ୍ରଭାବ ରେ ଆସନ୍ତା ୩ ଦିନ ଯାଏଁ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ର ସୂଚନା

21

ଆସନ୍ତା ୨୪ ଘଂଟା ମଧ୍ୟରେ ଉତ୍ତର ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୩ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେପ୍ଟେମ୍ବର ୬ରୁ ୭ ତାରିଖ ମଧ୍ୟରେ ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ପୁରୀ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ମାଲକାନଗିରି, ରାୟଗଡ଼ା, ଖୋର୍ଧା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେପ୍ଟେମ୍ବର ୭ରୁ ୮ ତାରିଖ ମଧ୍ୟରେ ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଂଚଳିକ ପାଣିପାଗ କେନ୍ଦ୍ରକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ।
ଅନ୍ୟ ୧୬ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ସମ୍ପୃକ୍ତ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଏନେଇ ଆବଶ୍ୟକ ପଦକ୍ଷେପ ନେବାକୁ ସବୁ ଜିଲ୍ଲାପାଳଙ୍କୁ ଏସଆରସି ପ୍ରଦୀପ ଜେନା ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟପକ୍ଷରେ ଆସନ୍ତା ୬ ଓ ୭ ତାରିଖରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି ।

Leave A Reply

Your email address will not be published.