ଭୁବନେଶ୍ୱରରେ ରୋଡ଼ ଶୋ’ କରିବେ ନଡ୍ଡା

80

ଭୁବନେଶ୍ୱର:  ବିଜେପି ଫୋକସରେ ଏବେ ରହିଛି ଓଡ଼ିଶା । ସେଥିପାଇଁ କେନ୍ଦ୍ରୀୟ ବେଜେପି ନେତୃବୃନ୍ଦ ଏବେ ଓଡ଼ିଶା ମୁହାଁ ହୋଇଛନ୍ତି ।  ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ତେବେ ଆସନ୍ତାକାଲି ସକାଳେ ଜେ.ପି ନଡ୍ଡା ଭୁବନେଶ୍ୱରରେ ରୋଡ଼ ଶୋ କରିବାର କାର୍ଯ୍ୟକ୍ରମ ରହିଛି । ଏନେଇ ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।  ଶ୍ରୀ ମହାପାତ୍ରଙ୍କ ସୂଚନା ଅନୁଯାୟୀ ଜେ ପି ନଡ୍ଡା ଆସନ୍ତାକାଲି ସକାଳେ ମାଉସୀମା ମନ୍ଦିର ଠାରୁ ଲିଙ୍ଗରାଜ ମନ୍ଦିର ପର୍ଯ୍ୟନ୍ତ ରୋଡ଼ ଶୋ କରିବେ । ଆଜିଠୁ ଦୁଇ ଦିନିଆ ଗସ୍ତରେ ଆସୁଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ୱରରେ ଆୟୋଜିତ ଏକ ମହିଳା ସମାବେଶରେ ନଡ୍ଡା ଯୋଗଦେବାର କାର୍ୟ୍ୟକ୍ରମ ରହିଛି। ଏହା ସହ ସେ ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ପଦ୍ମପୁର ଓ ସୁନ୍ଦରଗଡ଼ରେ ଆୟୋଜିତ ହେବାକୁ ଥିବା ଜନସଭାରେ ଉଦବୋଧଦନ ଦେବା ନେଇ ବିଜେପି ସୂତ୍ରରୁ ସୂଚନା ମିଳିଛି। 

Comments are closed, but trackbacks and pingbacks are open.