ଆଜି ସାଢ଼େ ୩ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ

103

ଭୁବନେଶ୍ବର: ଶ୍ରୀମନ୍ଦିରରେ ଆଜି ଜ୍ୟେଷ୍ଠ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆପାତତଃ ସନ୍ଧ୍ୟା ୭ଟାରୁ ରାତି ସାଢେ ୧୦ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।

Comments are closed, but trackbacks and pingbacks are open.