ମୋଦୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

62

ଭୁବନେଶ୍ୱର: ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଭାବେ ଆରମ୍ଭ କରିଛନ୍ତି ନିଜ ତୃତୀୟ ପାଳି ।  ପ୍ରଧାନମନ୍ତ୍ରୀ ଭାବେ ତୃତୀୟ ଥର ଶପଥ ନେବା ପରେ ନରେନ୍ଦ୍ର ମୋଦୀଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ମୋଦୀଙ୍କ ନେତୃତ୍ୱରେ ଦେଶ ବିକାଶ ନୂଆ ପାହାଚରେ ପହଞ୍ଚିବା ନେଇ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ନବୀନ। ସେହିପରି ଓଡ଼ିଶା ତିନି ଜଣ କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଅଶ୍ୱନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି ନବୀନ ପଟ୍ଟନାୟକ। ପ୍ରକାଶ ଯେ ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ତାଙ୍କ କ୍ୟାବିନେଟ୍ ଶପଥ ନେଇଥିଲା। ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି। ତାଙ୍କ ସହ ଶପଥ ନେଇଥିଲେ ଏନଏଡି ସରକାରର ୭୧ ଜଣ ମନ୍ତ୍ରୀ । ସେମାନଙ୍କ ଭିତରେ ୩୦ ଜଣ କ୍ୟାବିନେଟ୍, ୫ ଜଣ ସ୍ୱାଧୀନ ରାଷ୍ଟ୍ରମନ୍ତ୍ରୀ ଓ ୩୬ ଜଣ ରାଷ୍ଟ୍ରମନ୍ତ୍ରୀ ଅଛନ୍ତି ।

Comments are closed, but trackbacks and pingbacks are open.