ସମ୍ମମ୍‌ରେ ୪ର୍ଥ ବିଶ୍ୱ କ୍ରିଟିକାଲ୍ କେୟାର ସମ୍ମିଳନୀ ଉଦ୍‌ଘାଟିତ

44

ଭୁବନେଶ୍ୱର, ୨୦/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ (ଏସ୍‌ପିଏସ୍‌) ଓ ସେଂଟର ଅଫ୍ ବାୟୋଟେକ୍ନୋଲୋଜିରେ ପାଠ୍ୟକ୍ରମ ସମାପ୍ତ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଶୁକ୍ରବାର ଏକ ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମରେ ଉପାଧି ପ୍ରଦାନ କରାଯାଇଛି ।
ବିଶ୍ୱବିଦ୍ୟାଳୟରୁ ଅଧ୍ୟୟନ ସମାପ୍ତ କରିଥିବା ୨୦୨୦-୨୪ ବ୍ୟାଚର ବି.ଫାର୍ମ, ୨୦୨୨- ୨୪ ବ୍ୟାଚର ଏମ୍ ଫାର୍ମ, ୨୦୨୨- ୨୪ ବ୍ୟାଚର ଏମ୍‌.ଏସ୍‌.ସି (ବାୟୋଟେକ୍ନୋଲୋଜି) ଓ ୨୦୧୯-୨୪ ବ୍ୟାଚର ଇନ୍‌ଂଟିଗ୍ରେଡ ଏମ୍‌.ଏସ୍‌.ସି ଇନ୍ ବାୟୋଟେକ୍ନୋଲୋଜି ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ଆୟୋଜିତ ଏହି ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଛାତ୍ରଛାତୀମାନଙ୍କୁ ଉପାଧି ପ୍ରଦାନ କରିଥିଲେ ।
କାର୍ଯ୍ୟକ୍ରମରେ କୁଳପତି ପ୍ରଫେସର ନନ୍ଦ ଛାତ୍ରଛାତ୍ରୀମାନଙ୍କୁ ଶପଥ ପାଠ କରାଇବା ସହିତ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ ।


ପ୍ରଫେସର ନନ୍ଦ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ କହିଥିଲେ ଯେ ମହାମାରୀ ସମୟରେ ଫାର୍ମାସିଷ୍ଟମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରିଥିଲେ । ଏହି ଡିଗ୍ରୀ ଛାତ୍ରଛାତ୍ରୀ ମାନଙ୍କର କଠିନ ପରିଶ୍ରମ, ନିଷ୍ଠା, ଶୃଙ୍ଖଳା, ସମୟାନୁବର୍ତିତା ତଥା ଶିକ୍ଷକ ଓ ଅଭିଭାବକଙ୍କର ସହଯୋଗରେ ଏହା ସମ୍ଭବପର ହୋଇପାରିଛି । ଫାର୍ମାସି ଓ ବାୟୋଟେକ୍ନନୋଲୋଜି ସ୍ୱାସ୍ଥ୍ୟକ୍ଷେତ୍ର ସହିତ ଓତଃପ୍ରୋତ ଭାବେ ଜଡିତ । ସୋଆ ବିଶ୍ୱବିଦ୍ୟାଳୟଏଥିପାଇଁ ଖୁବ୍ ସକ୍ରିୟ ଅଟେ ।
ସୋଆ ଅନେକ ବିଦେଶୀ ବିଶ୍ୱବିଦ୍ୟାଳୟ ସହ ବୁଝାମଣା କରିଛି ଯାହା ଛାତ୍ରଛାତ୍ରୀଙ୍କ ପାଇଁ ଲାଭଦାୟକ ହେବ ବୋଲି ସେ କହିଥିଲେ ।
ପ୍ରଫେସର ନନ୍ଦ କହିଥିଲେ ଯେ ସୋଆ ବିଶ୍ୱବିଦ୍ୟାଳୟରୁ ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀମାନେ ୨୦୨୪ରେ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ୍ ର‌୍ୟାଙ୍କିଙ୍ଗ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ର‌୍ୟାଙ୍କିଙ୍ଗ୍ ଅନୁଯାୟୀ ଦେଶର ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରିବାକୁ ସୁଯୋଗ ପାଇଛନ୍ତି । ସେମାନେ ଏହି ବିଶ୍ୱବିଦ୍ୟାଳୟର ଗର୍ବ ଓ ଗୌରବ ।
ପ୍ରଫେସର ନନ୍ଦ କହିଥିଲେ ଯେ ଗବେଷଣା କାର୍ଯ୍ୟକୁ ଅଧିକ ତ୍ୱରାନ୍ୱିତ କରିବା ନିମନ୍ତେ ସୋଆରେ ଅନେକ ଲ୍ୟାବ୍ ପ୍ରତିଷ୍ଠା କରାଯାଇଛି ଏବଂ ଅଟଳ ଇନୋଭେସନ୍ ମିଶନ ଅଧୀନରେ ଏକ ଇନ୍‌କ୍ୟୁବେସନ୍ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି । ବିଶ୍ୱବିଦ୍ୟାଳୟ ପକ୍ଷରୁ ଗବେଷଣା, ସହଭାଗିତା, ପାଟେଂଟ ଓ ଷ୍ଟାର୍ଟଅପ୍‌କୁ ଅଧିକ ଗୁରୁତ୍ୱ ଦିଆଯାଉଛି ବୋଲି ସେ କହିଥିଲେ । ଏହି କ୍ଷେତ୍ରରେ ଶିକ୍ଷା ଗ୍ରହଣ କରିବାକୁ ଛାତ୍ରଛାତ୍ରୀମାନେ ଆଗ୍ରହ ରଖୁଛନ୍ତି ।

ଏହି କାର୍ଯ୍ୟକ୍ରମରେ ଏସ୍‌ପିଏସ୍‌ର ଡିନ୍ ପ୍ରଫେସର ସୁଦାମ ଚନ୍ଦ୍ର ସି ମହାବିଦ୍ୟାଳୟର ରିପୋର୍ଟ ପ୍ରଦାନ କରିଥିବାବେଳେ ଏସ୍‌ପିଏସ୍‌ର ପ୍ରଫେସର ଦିବ୍ୟଜ୍ୟୋତି ଦାସ ସ୍ୱାଗତ ଭାଷଣ ଦେଇଥିଲେ ।
ଏହି ଅବସରରେ ସୋଆର ଉପକୁଳପତି ପ୍ରଫେସର ଶିତିକଣ୍ଠ ମିଶ୍ର, କଂଟ୍ରୋଲର ଅଫ୍ ଏଗ୍‌ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ, ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ବିଭିନ୍ନ ବିଭାଗର ମୁଖ୍ୟ, ଏକାଡେମିକ କାଉନ୍‌ସିଲ୍ ସଦସ୍ୟ ଏବଂ ଫ୍ୟାକଲ୍ଟିମାନେ ଉପସ୍ଥିତ ଥିଲେ ।

Comments are closed, but trackbacks and pingbacks are open.