ବାତ୍ୟା ପାଇଁ ସ୍ୱାସ୍ଥ୍ୟବିଭାଗ ପ୍ରସ୍ତୁତ: ମନ୍ତ୍ରୀ

34

ଭୁବନେଶ୍ୱର:ବାତ୍ୟା ପାଇଁ ସ୍ୱାସ୍ଥ୍ୟବିଭାଗ ପ୍ରସ୍ତୁତ । ବାତ୍ୟା ମୁକାବିଲା ସମ୍ପର୍କରେ ସୂଚନା ଦେଇ ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି,ସ୍ୱାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି । ଆଶୁ ଚିକିତ୍ସା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସାପ କାମୁଡ଼ା ଇଞ୍ଜେକ୍ସନ ସହ ସମସ୍ତ ସେବା ପାଇଁ ଆଲର୍ଟ ରହିବାକୁ , ଜରୁରୀ ପରିସ୍ଥିତିରେ ଲୋକଙ୍କ ପାଖରେ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟମନ୍ତ୍ରୀ ମନିଟରିଂ କରୁଛନ୍ତି । ଜିରୋ କାଜୁଆଲଟିକୁ ଗୁରୁତ୍ୱ ଦିଆଯାଇଛି । 

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ‘ଦାନା’। ବାତ୍ୟାଟି ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୮ କିମି ବେଗରେ ଗତି କରୁଛି। ପାରାଦୀପ ରାଡାର ଇମେଜରେ ବାତ୍ୟାର ଚିତ୍ର ଦୃଶ୍ୟମାନ ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବ। ଗଭୀର ଅବପାତଟି ଆଜି ସକାଳେ ବାତ୍ୟାରେ ପରିଣତ ହୋଇଛି। ଏହା ପାରାଦୀପଠୁ ୫୬୦ ଓ ସାଗରଦ୍ୱୀପରୁ ୬୩୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି। ୨୪ ତାରିଖରେ ବାତ୍ୟା ଦାନା ଭୀଷଣ ବାତ୍ୟାର ପରିଣତ ହୋଇ ପୁରୀ ରୁ ସାଗରଦୀପ ମଧ୍ୟରେ ୨୪ ତାରିଖ ବିଳମ୍ବିତ ରାତି ଏବଂ ୨୫ ତାରିଖ ପାହାନ୍ତାରେ ଲ୍ୟାଣ୍ଡଫଲ କରିବା । ତେବେ ପ୍ରକୃତ ଲ୍ୟାଣ୍ଡଫଲ୍ ସ୍ଥଳ ଏଯାଏଁ ସ୍ପଷ୍ଟ କରିନି ଆଇଏମଡି। ଭୀଷଣ ବାତ୍ୟା ଉପକୂଳ ଅତିକ୍ରମ ବେଳେ ପବନର ବେଗ ୧୦୦ରୁ ୧୨୦ ମଧ୍ୟରେ ରହିବ। ବାତ୍ୟାର ପ୍ରଭାବ ଉତ୍ତର ଓଡ଼ିଶା ଅଧିକ ପ୍ରଭାବିତ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। 

Comments are closed, but trackbacks and pingbacks are open.