ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୨୩ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ସରକାରୀ ଗୁରୁତ୍ୱପୂର୍ଣ୍ଣ କାର୍ୟ୍ୟଥିବାରୁ ଡିସେମ୍ବର୨୩ରେ ଭୁବନେଶ୍ୱର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏ ସମ୍ପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି।
Comments are closed, but trackbacks and pingbacks are open.