ରାଜ୍ୟରେ ୫୩୯ ଜଣ କରୋନା ସଂକ୍ରମିତ ଚିହ୍ନ

23

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୩୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୭ ଜଣ ସଂକ୍ରମିତ ଙ୍କ ବୟସ ୧୮ ବର୍ଷରୁ କମ । କ୍ବାରାଣ୍ଟାଇନରୁ ୩୧୬ ଜଣ ଚିହ୍ନଟ ହୋଇଥିବାବେଳେ ୨୨୩ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି ।ଚିହ୍ନଟ ହୋଇଥିବା ୫୩୯ ଜଣଙ୍କ ମଧ୍ୟରୁ ଅନୁଗୁଳରୁ ୬ ଜଣ, ବାଲେଶ୍ୱରରୁ ୨୩ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୧୨ ଜଣ, କଟକରୁ ୪୮ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୪ ଜଣ, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ୩୧ ଜଣ, ଯାଜପୁରରୁ ୧୭ ଜଣ, ଝାରସୁଗୁଡ଼ାରୁ ୪ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, କେଉଁଝରରୁ ୨ ଜଣ, ଖୋର୍ଦ୍ଧାରୁ ୨୫୪ ଜଣ, କୋରାପୁଟରୁ ୩, ମାଲକାନଗିରିରୁ ୨ ଜଣ, ମୟୁରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ୫ ଜଣ, ପୁରୀରୁ ୧୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୨ ଜଣ, ସୋନପୁର ଓ ସୁନ୍ଦରଗଡ଼ରୁ ୧୩ ଜଣ ଲେଖାଏଁ ଓ ଷ୍ଟେଟ ପୁଲରୁ ୬୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦,୨୩,୧୩୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦,୦୯,୦୮୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୫୮୨୯ ଜଣ ସଂକ୍ରମିତ ଅଛନ୍ତି ।

Leave A Reply

Your email address will not be published.