ଆୟକର ଫାଇଲ କରିଥିଲେ ବି କଟିବନି ରାସନ କାର୍ଡ, ଫିଜିକାଲ ଭେରିଫିକେସନ କରିବେ ରାଜ୍ୟ ସରକାର

73

ଭୁବନେଶ୍ୱର : ଆୟକର ଫାଇଲ କରିଥିଲେ ବି କଟିବନି ରାସନ କାର୍ଡ । ଫିଜିକାଲ ଭେରିଫିକେସନ କରିବେ ରାଜ୍ୟ ସରକାର ।  ଏ ନେଇ ଲିଷ୍ଟ ସହ ଡୋର-ଟୁ-ଡୋର ବୁଲି ଭେରିଫିକେସନ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଫିଜିକାଲ ଭେରିଫିକେସନ ପରେ ନିଷ୍ପତ୍ତି ନିଆଯିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପତ୍ର ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ଯେ, ଅଭିଯୋଗ ଆସୁଛି ଯେଉଁମାନେ ଆୟକର ଫାଇଲ କରୁଛନ୍ତି କାର୍ଡ କଟି ଯାଉଛି ।  କିନ୍ତୁ କାହାର କାର୍ଡ କାଟିବନି । ଲିଷ୍ଟ ଅଧିକାରୀମାନଙ୍କ ପାଖକୁ ଯାଇଛି । ସେମାନେ ଡୋର-ଟୁ-ଡୋର ବୁଲି ଦେଖିବେ । କାହାର ଆୟ କେତେ ତାପରେ କାର୍ଡ କଟିବ କି ନାହିଁ ବିଚାର କରାଯିବ ବୋଲି ମନ୍ତ୍ରୀ କହିଛନ୍ତି ।  ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି କାହାର କାର୍ଡ କାଟନ୍ତୁ ନାହିଁ କି ଚାଉଳ ବନ୍ଦ କରନ୍ତୁ ନାହିଁ । ପ୍ରକୃତରେ ଯିଏ ଗରିବ ଥିବ କାର୍ଡ ରହିବ  । ଧନୀ ଲୋକ ହାତେଇ ଥିଲେ କଟିବ । ଆଦୌ ବ୍ୟସ୍ତ ହୁଅନ୍ତି ନାହିଁ ବୋଲି ମନ୍ତ୍ରୀ କହିଛନ୍ତି  । ଯଦି କଟିଛି ବିଭାଗକୁ ଜଣାନ୍ତୁ ବୋଲି ମନ୍ତ୍ରୀ ଅପିଲ କରିଛନ୍ତି । ତଦନ୍ତ କରି ସେମାନଙ୍କୁ ସାମିଲ କରାଯିବ । ଗ୍ରାମାଞ୍ଚଳରେ ମାସିକ ୧୦ ହଜାର ଏବଂ ସହରାଞ୍ଚଳରେ ୧୫ ହଜାର ଆୟ ଥିଲେ କାର୍ଡ କଟିବାକୁ ନିର୍ଦ୍ଦେଶ ଆସିଛି  । ଯେଉଁମାନେ ପ୍ରକୃତରେ ଗରିବ ସେମାନଙ୍କର କାର୍ଡ ରହୁ । ସେଥିପାଇଁ ଫିଜିକାଲ ଭେରିଫିକେସନ ହେବ ବୋଲି ମନ୍ତ୍ରୀ କହିଛନ୍ତି ।

Comments are closed, but trackbacks and pingbacks are open.