ଭୁବନେଶ୍ୱର : ହିତାଧିକାରୀଙ୍କ ଖାତାକୁ ଆସିଲା ସୁଭଦ୍ରା ପ୍ରଥମ କିସ୍ତିର ୫ମ ପର୍ଯ୍ୟାୟ ଟଙ୍କା । ଆଜି ପଞ୍ଚମ ପର୍ଯ୍ୟାୟରେ ୨ ଲକ୍ଷ ୩୦ ହଜାରରୁ ଅଧିକ ନୂଆ ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଛି । ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏଥିସହ ଆଜି ସୁଦ୍ଧା ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା କୋଟିଏ ପାର କରିଛି । ସୁଭଦ୍ରା ସଫଳତାକୁ ନେଇ ଅଙ୍ଗନବାଡି କର୍ମୀଙ୍କୁ ୧୫ଶହ ଟଙ୍କା ଏବଂ ସହାୟିକା ମାନଙ୍କୁ ୫ଶହ ଟଙ୍କା ଦିଆଯିବ ବୋଲି ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେପଟେ ଆସନ୍ତା ୮ ତାରିଖରେ ସୁଭଦ୍ରାର ଦ୍ବିତୀୟ କିସ୍ତି ସହାୟତା ରାଶି ଦିଆଯିବ । ଏହାପୂର୍ବରୁ ୭ ତାରିଖ ସଂଧ୍ୟାରେ ସବୁ ମହିଳା ହିତାଧିକାରୀଙ୍କୁ ଗୋଟିଏ ଲେଖାଏ ଦୀପ ଜାଳିବାକୁ ଅପିଲ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସୁଭଦ୍ରାରୁ ବଞ୍ଚିତ ହିତାଧିକାରୀଙ୍କୁ ଖୋଜିବାକୁ ହେବ ଡୋର ଟୁ ଡୋର ସର୍ଭେ । ମାର୍ଚ୍ଚ ୩୧ରେ ଆବେଦନ ପ୍ରକ୍ରିୟାକୁ ବନ୍ଦ କରି ସର୍ଭେ କରିବେ ସରକାର । ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କୁ ବର୍ଷକୁ ଦୁଇଟି କିସ୍ତିରେ ୫ ହଜାର ଲେଖାଏ ୧୦ ହଜାର ଟଙ୍କା ପ୍ରଦାନ କରାଯାଉଛି ।
Comments are closed, but trackbacks and pingbacks are open.