ଗତକାଲି ଦୀଘାରେ ପ୍ରତିଷ୍ଠା ପାଇଥିବା ଜଗନ୍ନାଥ ମନ୍ଦିରକୁ ନେଇ ଭକ୍ତମାନେ ଖୁସି ହେଉଥିବାବେଳେ ମନ୍ଦିରର ନାମକରଣକୁ ନେଇ ଦେଖାଦେଇଛି ବିବାଦ । ଜଗନ୍ନାଥଧାମ ନାମକରଣ କରିବାକୁ ସେବାୟତମାନେ ତୀବ୍ର ବିରୋଧ କରିଛନ୍ତି । ସେହିପରି ବ୍ରହ୍ମ ସ୍ଥାପନ କଥାକୁ ନେଇ ମଧ୍ୟ ପୁରୀ ସେବାୟତମାନେ ତୀବ୍ର ବିରୋଧ କରିଛନ୍ତି। ଭାରତର ଚାରି ଧାମ ମଧ୍ୟରୁ ଶ୍ରେଷ୍ଠ ଧାମ ହେଉଛି ଶ୍ରୀକ୍ଷେତ୍ର ବା ଜଗନ୍ନାଥ ଧାମ। ଏଠାରେ ହିଁ ଦାରୁ ବ୍ରହ୍ମ ପୂଜା ପାଉଛନ୍ତି। କିନ୍ତୁ ଜଗନ୍ନାଥଧାମ ଓ ବ୍ରହ୍ମ ସ୍ଥାପନାକୁ ଅଗ୍ରହଣୀୟ ବୋଲି ସେବାୟତ ପ୍ରତିକ୍ରିୟା ରଖିଛନ୍ତି । ଦୀଘା ଜଗନ୍ନାଥ ମନ୍ଦିର ଏକ ଦର୍ଶନୀୟ ଓ ପର୍ଯ୍ୟଟନସ୍ଥଳୀ ହୋଇପାରେ । କିନ୍ତୁ କୌଣସି ପରିସ୍ଥିତିରେ ଏହାକୁ ଜଗନ୍ନାଥଧାମ କୁହାଯାଇପାରିବ ନାହିଁ । ଜଗନ୍ନାଥଧାମ ନାମକରଣ ଏକ ଚକ୍ରାନ୍ତ ବୋଲି ଅଭିଯୋଗ ହୋଇଛି । ଏଥିସହ ପ୍ରସ୍ତର ମୂର୍ତ୍ତି ସ୍ଥାପିତ ହୋଇପାରିବ ନାହିଁ ବୋଲି ବରିଷ୍ଠ ସେବାୟତ କହିଛନ୍ତି ।
Comments are closed, but trackbacks and pingbacks are open.