ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ’ ନୁହେଁ : ଗଜପତି

225

ଭୁବନେଶ୍ବର: ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ନାମକରଣ କରାଯିବା ପ୍ରସଙ୍ଗକୁ ନେଇ ଗଜପତି ମହାରାଜା ମୁକ୍ତି ମଣ୍ଡପ ମତକୁ ଆଧାର କରି ଏକ ପ୍ରେସ ରିଲିଜ ଜରିଆରେ ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ’ ନୁହେଁ ବୋଲି ସୋମବାର ସ୍ପଷ୍ଟ କରିଛନ୍ତି। ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ, ଶ୍ରୀପୁରୁଷୋତ୍ତମ କ୍ଷେତ୍ର, ଶ୍ରୀକ୍ଷେତ୍ର କୁହାଯାଇ ପାରିବ ନାହିଁ ବୋଲି ଗଜପତି ମହାରାଜା ପ୍ରେସ ରିଲିଜ ମାଧ୍ୟମରେ ମତ ରଖିଛନ୍ତି। ଶ୍ରୀବିଗ୍ରହ ଦାରୁ ବ୍ୟତୀତ ଅନ୍ୟ କୌଣସି ଧାତୁ ବା ଶୀଳାରେ ନିର୍ମାଣ କରିବା ବାରଣ। ଶ୍ରୀବିଗ୍ରହଙ୍କୁ ଅନ୍ୟ କୌଣସି ଧାତୁ ବା ଶୀଳାରେ ନିର୍ମାଣ କରି ପୂଜା କରିବା ଉଚିତ ନୁହେଁ ବୋଲି ଗଜପତି ପ୍ରେସ ରିଲିଜ ଜରିଆରେ ସୂଚନା ଦେଇଛନ୍ତି।

Comments are closed, but trackbacks and pingbacks are open.