ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ଡଃ ଅଭିନଚନ୍ଦ୍ର ହୋମିଓପାଥିକ୍ ମେଡିକାଲ କଲେଜ ଓ ହସ୍ପିଟାଲର ଛାତ୍ର ସଂସଦର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ | ସେଠାରେ ସେ ଆୟୁଷ ଚିକିତ୍ସାର ଉନ୍ନତି ପାଇଁ ଢେଙ୍କାନାଳ, ବ୍ରହ୍ମପୁର ଓ ବାଲେଶ୍ୱରରେ ସମନ୍ୱିତ ଆୟୁଷ ଚିକିତ୍ସାଳୟ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନେଇଛନ୍ତି | ଏଥି ସହିତ ଡଃ ଅଭିନଚନ୍ଦ୍ର ହୋମିଓପାଥିକ୍ ମେଡିକାଲ କଲେଜ ଓ ହସ୍ପିଟାଲରେ ଏକ ନୂତନ ଏମରଜେନ୍ସି ୟୁନିଟର ଶିଳାନ୍ୟାସ କରିବା ସହିତ କଲେଜ୍ରେ ଏକ ହୋମିଓପାଥି ଗବେଷଣା ଓ ବିଶ୍ଳେଷଣ ବିଭାଗ ଖୋଲାଯିବ ବୋଲି ଘୋଷଣା କରିଛନ୍ତି | ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏକ ରକ୍ତଦାନ ଶିବିରର ଉଦ୍ଘାଟନ ମଧ୍ୟ କରିଥିଲେ | ରାଜ୍ୟରେ ବର୍ତ୍ତମାନ ଏହି ମହାବିଦ୍ୟାଳୟକୁ ମିଶାଇ ୪ଟି ସରକାରୀ ହୋମିଓପାଥିକ୍ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ଅଛି | ଏହା ସହିତ ୫୬୨ ଟି ସରକାରୀ ହୋମିଓପାଥିକ୍ ଡାକ୍ତରଖାନା ମଧ୍ୟ ଅଛି | ଆୟୁଷ ଚିକିତ୍ସାର ଉନ୍ନତି ପାଇଁ ଢେଙ୍କାନାଳ, ବ୍ରହ୍ମପୁର ଓ ବାଲେଶ୍ୱର ଠାରେ ତିନୋଟି ସମନ୍ୱିତ ଆୟୁଷ ଚିକିତ୍ସାଳୟ ପ୍ରତିଷ୍ଠା କରାଯିବ |
Comments are closed, but trackbacks and pingbacks are open.