ଭୁବନେଶ୍ୱର : ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏକ ନିଷ୍ପତ୍ତି ନିଆଯାଇଛି। ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର। କୌଣସି IPS ଅଫିସର ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ଜାରି ହୋଇଛି। ଏଥିସହିତ ଛୁଟିରେ ଥିଲେ ତୁରନ୍ତ ଆସି କାର୍ଯ୍ୟରେ ଯୋଗ ଦେବାକୁ ମଧ୍ୟ ନିର୍ଦ୍ଦେଶନାମା ଜାରି କରାଯାଇଛି, ଏପରିକି ଟ୍ରେନିଂରେ ଥିଲେ ବି ଯୋଗଦେବାକୁ ନିର୍ଦ୍ଦେଶ ରହିଛି। ଏନେଇ ଓଡ଼ିଶା ପୋଲିସ ଡିଜିଙ୍କୁ ଗୃହ ବିଭାଗ ପକ୍ଷରୁ ଚିଠି ମାଧ୍ୟମରେ ଜଣାଇ ଦିଆଯାଇଛି। ସେହିପରି ରାଜ୍ୟ ସରକାର ସମସ୍ତ ଜିଲ୍ଲାପାଳ ଏବଂ ଆର୍ଡିସିଙ୍କ ଛୁଟି ବାତିଲ କରିଛନ୍ତି। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଚିଠି କରାଯାଇଛି। ପୂର୍ବରୁ ଦିଲ୍ଲୀ, ରାଜସ୍ଥାନ, ଗୁଜରାଟ ଏବଂ ହରିୟାଣାରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏହି ସମୟ ମଧ୍ୟରେ କାହାରିକୁ ଛୁଟି ଦିଆଯିବ ନାହିଁ।
Comments are closed, but trackbacks and pingbacks are open.