ପୁଣି ଏକ ଲଘୁଚାପ ର ସମ୍ଭାବନା

30

ବଙ୍ଗୋପସାଗରରେ କ୍ରମାଗତ ଘୂର୍ଣ୍ଣିବଳୟ ଓ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇପଡ଼ିଛି । ଏତଦ୍‌ବ୍ୟତୀତ ପୂର୍ବ ବିହାର, ପଶ୍ଚିମବଙ୍ଗ ଏବଂ ସିକ୍କିମ୍‌ ଉପରେ ନିମ୍ନ ଚାପ କ୍ଷେତ୍ର ଚିହ୍ନିତ ହୋଇଛି ଏବଂ ଏହା ସମୁଦ୍ର ପତ୍ତନଠାରୁ ୪.୫ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ।ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ; ଅର୍ଥାତ୍‌ ଆଜି (ସୋମବାର) ଅପରାହ୍ନରୁ ଆସନ୍ତାକାଲି (ମଙ୍ଗଳବାର) ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ଉପକୂଳବର୍ତ୍ତୀ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଓ ଆଭ୍ୟନ୍ତର ଓଡ଼ିଶାର କେନ୍ଦୁଝର, ମୟୂରଭଞ୍ଜ, କୋରପୁଟ, ମାଲକାନଗିରି, କନ୍ଧମାଳ, ରାୟଗଡା, କନ୍ଧମାଳ, ଅନୁଗୁଳ ଓ ଢ଼େଙ୍କାନାଳ ଜିଲ୍ଲାରେ ଝଡ଼ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ୨୦ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିବା ସହ ବର୍ଷା ଓ ବଜ୍ରପାତ ସମୟରେ ଘରୁ ପଦାକୁ ନ ବାହାରିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Leave A Reply

Your email address will not be published.