ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁକାଳୀନ ସହାୟତା ବୃଦ୍ଧି କଲେ ରାଜ୍ୟ ସରକାର

311

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବଡ଼ ଘୋଷଣା I ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁକାଳୀନ ସହାୟତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ I ପୂର୍ବରୁ ଏହି ସହାୟତା ରାଶି ୬ ଲକ୍ଷ ଟଙ୍କା ଥିବାବେଳେ ବର୍ତମାନ ଏହାକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି I ସେହିପରି ପକ୍କା ପାଚେରୀ, କମ୍ପାଉଣ୍ଡ ୱାଲ୍ କ୍ଷତିଗ୍ରସ୍ତ ହେଲେ ପ୍ରତି ମିଟର ପିଛା ୫ ହଜାର କରି ସର୍ବାଧିକ ୨୫ ହଜାର ଟଙ୍କା ପର୍ଯ୍ୟନ୍ତ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା ହୋଇଛି । ଏହା ସହିତ ଯଦି ବାସଗୃହ କ୍ଷତିଗ୍ରସ୍ତ ହୋଇଥାଏ ତେବେ ଅନ୍ତ୍ୟୋଦୟ ଗୃହ ଯୋଜନାରେ ଗୃହ ନଚେତ ସଂ ପରିମାଣର ଆର୍ଥିକ ସହାୟତା ପ୍ରଦାନ କରାଯିବ ଏବଂ ରୋଷେଇ ଘର, ଧାନ ସଂରକ୍ଷଣ ଘର କିମ୍ବା ଛେଳି ଗୁହାଳ କ୍ଷତିଗ୍ରସ୍ତ ହେଲେ ୩ ହଜାର ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି I

ଜଙ୍ଗଲ ପାର୍ଶ୍ୱବର୍ତ୍ତୀ ଗ୍ରାମ ଗୁଡିକରେ ସାଧାରଣତଃ ବନ୍ୟଜନ୍ତୁ ଆକ୍ରମଣର ନଜିର ଅଧିକ ରହିଥାଏ । ବନ୍ୟଜନ୍ତୁ ଆକ୍ରମଣରେ ଧନଜୀବନ ନଷ୍ଟ ହୋଇଥାଏ । ଏ ସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଲୋକଙ୍କ ସହାୟତା ରାଶି ବୃଦ୍ଧି କରିଛନ୍ତି ।

Comments are closed, but trackbacks and pingbacks are open.