ମହାସ୍ନାନ କଲେ ଚତୁର୍ଦ୍ଧାମୂର୍ତ୍ତି

162

ଭୁବନେଶ୍ବର: ଶ୍ରୀ ଗଣେଷ ହେଉଛନ୍ତି ଅଗ୍ରପୂଜା। ଯେତେ ପୂଜା କରାଯାଏ ପ୍ରଥମ ଗଣେଷଙ୍କୁ ହିଁ ଆବାହନ କରାଯାଇଥାଏ। ସେଥିପାଇଁ ସବୁଦେବାଦେବୀଙ୍କ ପୂଜା ପୂର୍ବରୁ ଶ୍ରୀ ଗଣେଷଙ୍କୁ ପୂଜା କରାଯାଇଥାଏ। ସେହିପରି ପ୍ରଭୃ ଶ୍ରୀ ଜଗନ୍ନାଥ ମଧ୍ୟ ଶ୍ରୀ ଗଣେଷଙ୍କୁ ବେଶ୍ ଭଲ ପାଆନ୍ତି। ସେଥିପାଇଁ ସେ ବର୍ଷରେ ଥରେ ଗଜାନନ ବେଶ ଧାରଣ କରିଥାଆନ୍ତି। ଦେବସ୍ନାନ ପୂର୍ଣ୍ଣିମା ଦିନ ଚତୁର୍ଦ୍ଧା ମୂର୍ତ୍ତି, ସ୍ନାନ ପରେ ଗଜାନନ ବେଶରେ ସଜ୍ଜିତ ହୁଅନ୍ତି। ତେବେ ଏହା ପଛରେ ଏକ କିମ୍ବଦନ୍ତୀ ରହିଛି।  ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ୧୦୮ ଗରା ସୁବାସିତ ଜଳରେ ମହାପ୍ରଭୁ ମହାସ୍ନାନ କରିଛନ୍ତି। ଏହି ଦିବ୍ୟ ସ୍ନାନକୁ ବଡ଼ଦାଣ୍ଡରେ ଥାଇ ଦର୍ଶନ କରୁଛନ୍ତି ହଜାର ହଜାର ଶ୍ରଦ୍ଧାଳୁ। ଭୋର ୪.୩୦ରେ ମଙ୍ଗଳାର୍ପଣ, ଭୋର ୫ଟାରେ ଧାଡ଼ି ପହଣ୍ଡି କରାଯାଇଥିଲା। ସକାଳ ୯ଟାରେ ମଙ୍ଗଳଆଳତି ପରେ ଅନ୍ୟାନ୍ୟ ନୀତି କରାଯାଇଥିଲା। ଅପରାହ୍ନ ୩ଟା ୩୦ରେ ଛେରାପହଁରା, ୪ଟା ୩୦ରେ ହାତୀବେଶ ଅନୁଷ୍ଠିତ ହେବ। ରାତି ୧୧ଟାରେ ହାତୀବେଶ ମଇଲମ କରାଯିବ। ଆଇନଶୃଙ୍ଖଳା, ଭିଡ଼ ନିୟନ୍ତ୍ରଣ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।

Comments are closed, but trackbacks and pingbacks are open.