ଭୁବନେଶ୍ଵର: ଚଳିତ ମାସ ୧୪ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜଧାନୀ ଭୁବନେଶ୍ୱରର ଏମ୍ସରେ ଅନୁଷ୍ଠିତ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହି ପରିପ୍ରେକ୍ଷୀରେ ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ପ୍ରମୁଖ ଏମ୍ସ ପରିଦର୍ଶନ କରିବା ସହ ସେଠାକାର ସୁରକ୍ଷା ବ୍ୟବସ୍ଥା ସଂକ୍ରାନ୍ତରେ ବିସ୍ତୃତ ଭାବେ ସମୀକ୍ଷା କରିଛନ୍ତି। ଏହି ଅବସରରେ ଭୁବନେଶ୍ୱର- କଟକ ପୋଲିସ କମିଶନର, ଅତିରିକ୍ତ ପୋଲିସ କମିଶନର, ଭୁବନେଶ୍ୱର ଡିସିପିଙ୍କ ସମେତ ଏମ୍ସର ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ।
Comments are closed, but trackbacks and pingbacks are open.