ଭୁବନେଶ୍ଵର: ଉତ୍ତର ଭାରତରେ ବର୍ଷା ବିତ୍ପାତ ଜାରି ରହିଥିବାବେଳେ ରାଜସ୍ଥାନର ବିକାନିରଠାରୁ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଏକ ମୌସୁମୀ ଟ୍ରଫ୍ଲାଇନ ସୃଷ୍ଟି ହୋଇଛି। ଏହାଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷା ହେବାର ଆଶଙ୍କା ରହିଛି ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ଜଣାଯାଇଛି। ଏହି ସମୟ ମଧ୍ୟରେ କେତେକ ଜିଲ୍ଲାରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ହେବା ସଂଗେ ସଂଗେ ଘଣ୍ଟାକୁ ୩୦ରୁ ୪୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି। ଏଥିପାଇଁ ସେହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଏହିଭଳି ପାଗ ଲାଗି ରହିବ।
Comments are closed, but trackbacks and pingbacks are open.