ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୧୩ ଯାଏଁ ଲାଗି ରହିବ ବର୍ଷା

174

ଭୁବନେଶ୍ଵର: ମୌସୁମୀ ଟ୍ରଫଲାଇନ ଏବଂ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ବିଶେଷକରି ୧୦ ତାରିଖ ପର୍ଯ୍ୟନ୍ତ ବର୍ଷାର ପ୍ରକୋପ ଅଧିକ ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା ଏବଂ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ରାଜ୍ୟର ଅନ୍ୟସବୁ ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ଓ ପବନ ଲାଗି ରହିବା ନେଇ ସତର୍କ କରାଇ ଦିଆଯାଇଛି।

Comments are closed, but trackbacks and pingbacks are open.