ପୁରୀର ୪ ଟି କେନ୍ଦ୍ର ରେ ହବିଷ୍ୟାଳୀ ମା’  ମାନଙ୍କ ରହଣି ବ୍ୟବସ୍ଥା

151

ଭୁବନେଶ୍ବର: ଚଳିତ ବର୍ଷ ର ହବିଷ ବ୍ରତ ଅକ୍ଟୋବର ମାସ ୭ ତାରିଖ ରୁ ଆରମ୍ଭ ହୋଇ ଏକ ମାସ ପର୍ଯ୍ୟନ୍ତ ଚାଲିବ।କେବଳ  ଅନଲାଇନ ମାଧ୍ୟମରେ ପଞିକରଣ କରାଯିବ। ହବିଷ୍ୟାଳୀ ମା ମାନଙ୍କୁ ୪ ଗୋଟି ରହଣି କେନ୍ଦ୍ର ଯଥା ବୃନ୍ଦାବତୀ ନିବାସ, ବଗଲା ଧର୍ମଶାଳା, ମୋଚିସାହି କଲ୍ୟାଣ ମଣ୍ଡପ ଓ ରେଳବାଇ   ଆଶ୍ରୟସ୍ଥଳ ରେ ରଖାଯିବ ବୋଲି ଜିଲ୍ଲାପାଳ ଦିବ୍ଯ ଜ୍ୟୋତି ପରିଡା ସୂଚନା ଦେଇଛନ୍ତି। ଆଜି ପୂର୍ବାହ୍ନରେ ସର୍କିଟ ହାଉସ ଠାରେ ହବିଷ ବ୍ରତ କାର୍ଯ୍ୟ ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ଶ୍ରୀ ପରିଡା ହବିଷ୍ୟାଳୀ ମାନଙ୍କର ସେବା କୁ ନିଷ୍ଠା ଓ ଧର୍ମର କାର୍ଯ୍ୟ ବୋଲି ବିବେଚନା କରି ପ୍ରତ୍ୟେକ ଦାୟିତ୍ୱ ନିର୍ବାହ ପାଇଁ  ଆହ୍ୱାନ ଦେଇଥିଲେ।ଉପରୋକ୍ତ ହବିଷ୍ୟାଳୀ କେନ୍ଦ୍ର ଗୁଡିକ ହବିଷ ବ୍ରତ ଆରମ୍ଭ ପୂର୍ବରୁ ପ୍ରସ୍ତୁତ ରଖିବା, ମା ମାନଙ୍କର ଭଲ ଭାବେ ରହଣି ବ୍ୟବସ୍ଥା, ପାନୀୟ ଜଳ, ଶୌଚାଳୟ, ଆଲୋକ ବ୍ୟବସ୍ଥା,ସ୍ବାସ୍ଥ୍ୟ ସେବା ଇତ୍ୟାଦିକୁ ସୁନିଶ୍ଚିତ କରିବାକୁ ସେ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ ସମସ୍ତ ଙ୍କୁ ସ୍ୱାଗତ କରି ବୃନ୍ଦାବତୀ ନିବାସ ,ବଗଲା ଧର୍ମଶାଳା , ମୋଚିସାହି କଲ୍ୟାଣ ମଣ୍ଡପ ଓ ରେଳବାଇ ଆଶ୍ରୟ ସ୍ଥଳ ଠାରେ ହବିଷ୍ୟାଳୀ ମା ମାନଙ୍କର ରହଣି ର ବ୍ୟବସ୍ଥା କରାଯାଉଛି ଓ ଜିଲ୍ଲାପାଳ ଙ୍କ ନିର୍ଦ୍ଦେଶ କ୍ରମେ ବରିଷ୍ଠ ଅଧିକାରୀ ମାନେ ଏହାକୁ ଅନୁଧ୍ୟାନ କରିଛନ୍ତି ବୋଲି କହିଥିଲେ। ହବିଷ୍ୟାଳୀ ଯୋଜନା ଆଧାର ରେ ବୟସ୍କା ମା ମାନେ ଏହି ବ୍ରତରେ ସାମିଲ ହେଉଛନ୍ତି । ତେଣୁ  ସରକାରଙ୍କ ପରାମର୍ଶ କ୍ରମେ ଜିଲ୍ଲା ପ୍ରଶାସନ ସମସ୍ତ ସୁବିଧା ସେମାନଙ୍କୁ ଯୋଗାଇ ବାକୁ ବ୍ୟବସ୍ଥା କରୁଛି।ସେମାନଙ୍କର ସୁରକ୍ଷିତ ରହଣି, ସୁରକ୍ଷା, ମନ୍ଦିର ଦର୍ଶନ, ମହାପ୍ରସାଦ ସେବନ, ପ୍ରବଚନ, ଭଜନ,ପାଲା ଇତ୍ୟାଦି ବ୍ୟବସ୍ଥା, ଚିକିତ୍ସା, ପରିମଳ,ପାନୀୟ ଜଳ, ସ୍ୱଛାସେବୀ ସହଯୋଗ ଇତ୍ୟାଦି ବ୍ୟବସ୍ଥା କରିବାକୁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗ ମାନଙ୍କୁ ପରାମର୍ଶ ଦେଇଥିଲେ।ଏହାକୁ ସୁ ନିୟନ୍ତ୍ରିତ କରିବାକୁ ନୋଡାଲ ଅଧିକାରୀ, ବରିଷ୍ଠ ଅଧିକାରୀ ମାନଙ୍କୁ ଦାୟିତ୍ୱ ଦିଆଯିବ।ମା ମାନଙ୍କୁ ଠାକୁର ଦର୍ଶନ ସମୟରେ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ଆରକ୍ଷୀ ବିଭାଗ ଓ ସ୍ୱଛାସେବୀ ମାନେ ସମନ୍ୱୟ ରଖି କାର୍ଯ୍ୟ କରିବେ। ଏହି କାର୍ଯ୍ୟ ଏକ ବ୍ୟାପକ ଓ ଏକ ମାସ ଧରି କରିବା ର ଆବଶ୍ୟକତା ଥିବାରୁ ବିଭାଗ ବିଭାଗର କର୍ମଚାରୀ ଓ ସ୍ୱଛାସେବୀ ମାନଙ୍କୁ ମଧ୍ୟ ଦାୟିତ୍ୱ ଦିଆଯାଇ ଉପଯୁକ୍ତ ପ୍ରଶିକ୍ଷଣ ଦିଆଯିବ।ତେଣୁ ଏହି କାର୍ଯ୍ୟ କୁ ପାରସ୍ପରିକ ସମନ୍ବୟ ରଖି କାର୍ଯ୍ୟ କରିବାକୁ ଜିଲ୍ଲାପାଳ ସମସ୍ତ ଙ୍କୁ ପରାମର୍ଶ ଦେଇଥିଲେ।ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଡ ଶରତ ଚନ୍ଦ୍ର ମହାପାତ୍ର,ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ଉପଜିଲ୍ଲାପାଳ ରାଜ କିଶୋର ଜେନା, ଡିଆଇବି ଅତିରିକ୍ତ ଏସ ପି ଦେବୀ ପ୍ରସାଦ ପ୍ରତାପ,ସି ଡି ଏମ ଓ ଡା ଅକ୍ଷୟ କୁମାର ଶତପଥୀ, ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ସୌମ୍ୟ ରଞ୍ଜନ ଦ୍ବିବେଦୀ, ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ, ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା, ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ , କର୍ମଚାରୀ ପ୍ରମୁଖ ଯୋଗ ଦେଇଥିଲେ।

Comments are closed, but trackbacks and pingbacks are open.