ଭୁବନେଶ୍ୱର:ଆଗକୁ ଆଉ ଗୋଟିଏ ସ୍ଥାନରେ ୩ ବର୍ଷରୁ ଅଧିକ ଦିନ ରହିପାରିବେ ନାହିଁ ଶିକ୍ଷା ବିଭାଗରେ ଥିବା ଅଧିକାରୀମାନେ । ୩ ବର୍ଷରୁ ଅଧିକ ଦିନ ଧରି ଗାଦି ମାଡ଼ି ବସିଥିବା ସମସ୍ତ ଅଧିକାରୀଙ୍କୁ ଅନ୍ୟ ସ୍ଥାନକୁ ବଦଳି କରାଯିବ । ଏନେଇ ନିଷ୍ପତ୍ତି ନେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ।ଚଳିତ ବର୍ଷ ୫୦ ପ୍ରତିଶତ ଅଧିକାରୀ, କର୍ମଚାରୀ ବଦଳି ହେବେ । ଆସନ୍ତାବର୍ଷକୁ ବାକି ରହିଯାଇଥିବା ଅଣଶିକ୍ଷକଙ୍କୁ ବଦଳି କରାଯିବ । ସେହିପରି ନିଜ ଜିଲ୍ଲା କିମ୍ବା ବ୍ଲକରେ କାର୍ଯ୍ୟ କରିପାରିବେନି କୌଣସି ଅଧିକାରୀ । କାର୍ଯକାଳକୁ ଶେଷ ଦୁଇ ବର୍ଷ ବାକିଥିବା ଅଧିକାରୀଙ୍କୁ ବଦଳି କରାଯାଇପାରିବ ନାହିଁ ଚିଠିରେ ଉଲ୍ଲେଖ ରଖିଛି ।ବିଭାଗ ପକ୍ଷରୁ କୁହାଯାଇଛି, ଗତ ଅଗଷ୍ଟ ମାସ ୨୦ ତାରିଖରେ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଅଧିକାରୀଙ୍କ ବଦଳି ନେଇ ଏକ ମାର୍ଗଦର୍ଶିକା ଜାରି ହୋଇଥିଲା । ଏଥିରେ ଥିବା ନିର୍ଦ୍ଦେଶନାମା ଅନୁଯାୟୀ ବଦଳି କରାଯିବ । ତେବେ ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁମତି ନେଇ ବଦଳି କରାଯିବ ବୋଲି ଜଣାପଡିଛି ।
Comments are closed, but trackbacks and pingbacks are open.