ଆସନ୍ତା ୯ ଯାଏଁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

191

ଭୁବନେଶ୍ଵର: ଟ୍ରଫଲାଇନ୍ ପ୍ରଭାବରେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଚେତାବନି ଦିଆଯାଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦ରୁ ଅଧିକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଏବଂ ଉତ୍ତର ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହିବା ସହିତ ପବନର ବେଗ ଘଣ୍ଟାପ୍ରତି ୫୫ କିମି ପର୍ଯ୍ୟନ୍ତ ପହଞ୍ଚିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ସମୁଦ୍ରକୁ ନ ଯିବା ଲାଗି ଚେତାବନୀ ଦିଆଯାଇଛି।

Comments are closed, but trackbacks and pingbacks are open.