ରାଜ୍ୟରେ ୪୬୭ ଆକ୍ରାନ୍ତ ଚିହ୍ନଟ

138

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୪୨୭୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୧ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୧୯୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୬ ଜଣ ପଜିଟିଭ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ , କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୧୭ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୧ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁରରୁ ୫ ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୩ ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୋନପୁର ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ୫୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୪୨୭୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୨୯୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୦୬୪୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୯୫୨୩୩୩ ସାମ୍ପୁଲ ଟେଷ୍ଟ୍ ହୋଇଛି

Leave A Reply

Your email address will not be published.