ନୂଆପଡ଼ା ଉପନିର୍ବାଚନରେ ଆଜିଠୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ

190

ଭୁବନେଶ୍ବର: ନୂଆପଡ଼ା ଉପନିର୍ବାଚନ ପାଇଁ ନିର୍ବାଚନ କମିଶନ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଆଜିଠାରୁ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିପାରିବେ। ତେବେ ଅକ୍ଟୋବର ୨୦ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିବେ। ଅକ୍ଟୋବର ୨୨ ତାରିଖରେ ନାମାଙ୍କନ ଯାଞ୍ଚ ପ୍ରକ୍ରିୟା ଥିବା ବେଳେ ୨୫ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ ରଖାଯାଇଛି। ସେହିଭଳି ନଭେମ୍ବର ୧୧ ତାରିଖରେ ଭୋଟ୍ ଗ୍ରହଣ ଓ ୧୪ ତାରିଖରେ ଫଳାଫଳ ଘୋଷଣା କରାଯିବ।

Comments are closed, but trackbacks and pingbacks are open.