ରାଜ୍ୟରେ ୩୫୮ ଆକ୍ରାନ୍ତ ଚିହ୍ନଟ : ୧୮ ବର୍ଷ ରୁ କମ ୪୭ ଜଣ

16

ରାଜ୍ୟରେ କରୋନା ଆକ୍ରାନ୍ତ ଙ୍କ ସଂଖ୍ୟା କ୍ରମଶଃ ହ୍ରାସ ପାଉଛି I ରାଜ୍ୟ ରେ ୨ୟ ଲହର ସଂକ୍ରମଣ ରେ ପ୍ରଥମ ଥର ପାଇଁ ସଂକ୍ରମିତ ଙ୍କ ସଂଖ୍ୟା ୪ ଶହ ତଳକୁ ରହିଛି I ସଂକ୍ରମିତ ଙ୍କ ହାର କମୁଥିବାରୁ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି ସଂକ୍ରମିତ ଙ୍କ ମଧ୍ୟ ରୁ ୩ ଜଣ ଙ୍କ ମୃତ୍ୟୁ ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୦୯ ଜଣ ସଂଗରୋଧ କେନ୍ଦ୍ର ରୁ ଚିହ୍ନଟ ହୋଇଥିବାବେଳେ ୧୪୯ଟି ସ୍ଥାନୀୟ ଅଂଚଳ ର ରହିଛି। ସେହିପରି ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ହେଉଛନ୍ତି ୪୭ ଜଣ ପିଲା I
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୬ଟି ମାମଲା ସାମ୍ନାକୁ ଆସିଛି। ସେହିପରି ଅନୁଗୁଳରୁ ୧, ବାଲେଶ୍ୱରରୁ ୧୩, ବରଗଡରୁ ୩, ଭଦ୍ରକରୁ ୮, ବଲାଙ୍ଗିରରୁ ୪, ବୌଦ୍ଧରୁ ଜଣେ, କଟକରୁ ୧୫, ଦେଓଗଡ, ଗଞ୍ଜାମ ଓ କେନ୍ଦୁଝରରୁ ଜଣେ ଲେଖାଏଁ, ଗଜପତିରୁ୭, ଜଗତସିଂହପୁରରୁ ୮, ଯାଜପୁରରୁ ୧୧, କେନ୍ଦ୍ରାପଡାରୁ ୧୩, କୋରାପୁଟରୁ ୨, ମୟୂରଭଞ୍ଜରୁ ୧୧, ନୟାଗଡରୁ ୩, ପୁରୀରୁ ୯, ରାୟଗଡାରୁ ୫, ସମ୍ବଲପୁରରୁ ୪, ସୋନପୁର ୨, ସୁନ୍ଦରଗଡ ୩, ଷ୍ଟେଟପୁଲରୁ ୪୬ ଜଣ ଚିହ୍ନଟ ହୋଇଛନ୍ତି।
ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାରେ ଆକ୍ରାନ୍ତ ହୋଇ ୩ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୮୨ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୩୪୬୩୪ରେ ପହଞ୍ଚିଛି। ସେହିପରି ୧୦୨୧୧୮୦ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୫୧୧୯ଟି ଆକ୍ଟିଭ କେସ୍‌ ରହିଛି।

Leave A Reply

Your email address will not be published.