ଭୁବନେଶ୍ଵର: ନୂଆପଡ଼ା ଉପନିର୍ବାଚନ ଯେତିକି ପାଖେଇ ଆସୁଛି ପ୍ରଚାର ମଇଦାନ ସେତିକି କମ୍ପୁଛି । ପୁଣି ଥରେ ନୂଆପଡ଼ା ଯିବେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ । ଆସନ୍ତା ୭ରେ ପୁଣି ଥରେ ଖରିଆର ରୋଡ୍ ଓ ନୂଆପଡ଼ା ବ୍ଲକରେ ପ୍ରଚାର କରିବେ ନବୀନ । ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ କରିବେ ପ୍ରଚାର । ଏ ନେଇ ଏକ ଭିଡ଼ିଓ ବାର୍ତ୍ତାରେ ନବୀନ ସୂଚନା ଦେଇଛନ୍ତି । ଲୋକଙ୍କ ସହ ମିଶିବେ ଏବଂ କଥା ହେବେ ବୋଲି ନବୀନ ଭିଡିଓ ବାର୍ତ୍ତାରେ କହିଛନ୍ତି। ସେହିପରି କୋମନା ଗସ୍ତରେ ବିପୁଳ ସମର୍ଥନ ପାଇଁ କର୍ମକର୍ତ୍ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି ।ଉଲ୍ଲେଖଯୋଗ୍ୟ ଯେ, ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଉପନିର୍ବାଚନ ଫଳାଫଳ ନଭେମ୍ବର ୧୪ ତାରିଖରେ ପ୍ରକାଶ ପାଇବ । ବିଜେଡିର ଦିବଂଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ନୂଆପଡ଼ାରେ ଉପନିର୍ବାଚନ ଅନୁଷ୍ଠିତ ହେଉଛି । ଉପନିର୍ବାଚନ ପାଇଁ ବିଜେପି ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଛି । ସେହିଭଳି ବିଜେଡି ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରିଥିବା ବେଳେ କଂଗ୍ରେସ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରି ମୈଦାନରେ ଓହ୍ଲାଇଛି ।
Comments are closed, but trackbacks and pingbacks are open.