ରାଜ୍ୟରେ ଲଘୁଚାପ ବର୍ଷା :୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

25

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଘନୀଭୂତ ଲଘୁଚାପ ବଳୟ ସୃଷ୍ଟି ହୋଇଥିବାରୁ , ଶନିବାର ଠାରୁ ଉପକୂଳ ସମେତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ମାଧ୍ୟମ ଧରଣ ର ବର୍ଷା ଲାଗି ରହିଛି । ଏହାର ପ୍ରଭାବରେ ରବିବାର ମଧ୍ୟ ଅଧିକାଂଶ ଜିଲ୍ଲାରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ତେବେ ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଭୁବନେଶ୍ୱର ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି I
ଏହି ଜିଲ୍ଲା ଗୁଡିକ ମଧ୍ୟ ରେ ଅଛନ୍ତି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭସେହିପରି ଘଡ଼ଘଡ଼ି ଓ ବଜ୍ରପାତ ନେଇ ୧୭ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ୧୭ ଜିଲ୍ଲା ଗୁଡ଼ିକ ହେଲେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ ଓ ଢେଙ୍କାନାଳ। ଏହି ସବୁ ଜିଲ୍ଲା ଗୁଡ଼ିକରେ ବଜ୍ରପାତ ନେଇ ସତର୍କ ସୂଚନା ଦିଆଯାଇଛି। ତେବେ ଲଘୁଚାପ ପ୍ରଭାବରେ ଆସନ୍ତା ୧୯ ତାରିଖ ଯାଏ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।ତେବେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି, ଓଡ଼ିଶା ମଧ୍ୟକୁ ଙ୍ଗୋପସାଗରରୁ ପୂର୍ବଦିଗରୁ କ୍ରମାଗତ ଭାବେ ପୂର୍ବାଳୁ ବାୟୁ ପ୍ରବେଶ କରୁଥିବାରୁ ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଓଡ଼ିଶା ତଥା ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଏହା ସହିତ ବୁଧବାର ଓ ଗୁରୁବାର ବର୍ଷା ପରିମାଣ କମିଯିବାର ସୂଚନା ରହିଛି

Leave A Reply

Your email address will not be published.