ଅତିରିକ୍ତ ତହସିଲଦାରଙ୍କ ପରିବାରକୁ କୁଳ ବାସନ୍ଦ ଅଭିଯୁକ୍ତ ଙ୍କ ବିରୋଧ ରେ ମାମଲା ରୁଜୁ

59

ଛତ୍ରପୁର: ଗଞ୍ଜାମ ଜିଲା ଆସିକା ତହସିଲର ଅତିରିକ୍ତ ତହସିଲଦାର ସୌଦାଗର ବେହେରାଙ୍କ ପରିବାରକୁ କୁଳ ବାସନ୍ଦା ଅଭିଯୋଗ ଘଟଣାରେ ପୁଲିସ ୯ଜଣଙ୍କ ନାମରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଅନ୍ୟ ଜାତିର ଝିଅକୁ ବିବାହ କରିବାରୁ ଅତିରିକ୍ତ ତହସିଲଦାର ଏବଂ ତାଙ୍କ ପରିବାରକୁ କୈବର୍ତ୍ତ ସମାଜ କୁଳରୁ ବାସନ୍ଦ କରାଯାଇଥିଲା। ଏ ସଂକ୍ରାନ୍ତରେ ଛତ୍ରପୁର ଥାନାରେ ଅତିରିକ୍ତ ତହସିଲଦାରଙ୍କ ବାପା ବିଜୟ ବେହେରା ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗକୁ ଭିତ୍ତି କରି ଛତ୍ରପୁର ଥାନା ପୁଲିସ ୯ ଜଣଙ୍କ ନାମରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ଥାନା ଅଧିକାରୀ ସବ୍ୟସାଚୀ ମଲ୍ଲ ସୂଚନା ଦେଇଛନ୍ତି।

Comments are closed, but trackbacks and pingbacks are open.