ଆଜି ହେଉଛି ଶାମ୍ବ ଦଶମୀ

147

ଭୁବନେଶ୍ବର: ଶାମ୍ବ ଦଶମୀ ପୌଷ ଶୁକ୍ଳ ଦଶମୀ ଦିନ ପାଳନ କରାଯାଏ। ଶାମ୍ବ ଦଶମୀ ହେଉଛି ସୂର୍ଯ୍ୟ ପୂଜାର ପର୍ବ, ଯେପରି କୁମାରପୂର୍ଣ୍ଣମୀ ଚନ୍ଦ୍ରପୂଜା ପର୍ବ। ବର୍ଷର ବାରମାସ ଯାକ ବିଭିନ୍ନ ପର୍ବପର୍ବାଣି ପାଳିତ ହେଉଥିଲେ ମଧ୍ୟ ମୁଖ୍ୟତଃ ଶ୍ରାବଣ ଅମାବାସ୍ୟା ଚିତାଲାଗିଠାରୁ ପୌଷ ଶୁକ୍ଳ ଦଶମୀ ଶାମ୍ବଦଶମୀ ମଧ୍ୟରେ ଅଧିକାଂଶ ପର୍ବ ପାଳିତ ହୋଇଥାଏ। ଏହି ସମୟ ମଧ୍ୟରେ ପାଳିତ ହେଉଥିବା ପବପର୍ବାଣିରେ ଏଥିପାଇଁ ଗାଉଁଲୀ ଢଗ ରହିଛି ଯଥା-“ଅଇଲା ଚିତୋଉ ନାନୀ, ବାରଓଷା ପର୍ବ ସଙ୍ଗରେ ଘେନି, ଶମ୍ବର ଦଶମୀ ଅଲଣାଦାଉ, ସବୁ ଓଷା ବାର ଏଇଠି ଥାଉ।” ଶାମ୍ବ ଦଶମୀକୁ ଚାନ୍ଦ୍ରମାନ ବର୍ଷର ଶେଷ ପର୍ବ କହିବାର ତାତ୍ପର୍ଯ୍ୟ ହେଉଛି ଏହାପରେ ଚିତାଲାଗି ଅମାବାସ୍ୟା ପର୍ଯ୍ୟନ୍ତ ପ୍ରାୟ ଛଅମାସ ପର୍ଯ୍ୟନ୍ତ ଆଉ ଏତେ ପିଠାପଣାର ପର୍ବ ପଡ଼େ ନାହିଁ। ଓଡ଼ିଆଙ୍କ ସୁସ୍ୱାଦୁ, ସୁମିଷ୍ଟ, ତୃପ୍ତିକର ଖାଦ୍ୟ ପ୍ରସ୍ତୁତି ଦକ୍ଷତାର ଅସଲ ନିଦର୍ଶନା କଥା ଅଛି-“ଶାମ୍ବର ଦଶମୀରେ ମଣିଷ ଗୋଟିଏକୁ ପିଠା ଗୋଟିଏ।” କୃଷିପ୍ରଧାନ ଓଡ଼ିଶା ରାଜ୍ୟରେ ଏ ସମୟ ପନିପରିବାର ପ୍ରାଚୁର୍ଯ୍ୟର ସମୟ। ବିଭିନ୍ନ ପନିପରିବାରେ ଏ ପର୍ବରେ ଯେଉଁ ତରକାରୀ ପ୍ରସ୍ତୁତ ହୁଏ, ତାକୁ “ଘଡ଼ଘଡ଼ା ତିଅଣ” କୁହାଯାଏ। ଏହି ପର୍ବର ମୁଖ୍ୟ ହେଉଛି ଏହି ଘାଣ୍ଟ ତରକାରୀ ଘଡ଼ାଘଡ଼ା ତିଅଣ।

Comments are closed, but trackbacks and pingbacks are open.